THE BYAPINI

୧୮ ବର୍ଷରୁ କମ ୧୦୪ ଜଣ ସଂକ୍ରମିତ

Get real time updates directly on you device, subscribe now.

ରାଜ୍ୟରେ ହଜାରେ ତଳକୁ ଖସିଛି ଦୈନିକ ସଂକ୍ରମଣ ସଂଖ୍ୟା । ହେଲେ ଘାରିଲାଣି ତୃତୟ ଲହରର ଭୟ। ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଏକ ହଜାର ତଳେ ରହୁଛି। ହେଲେ ଗତ ୨୪ ଘଣ୍ଟା ମଧ୍ୟରେ ୮୬୮ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୧୦୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
୨୪ ଘଂଟାରେ ୬୨ ହଜାର ୧୧୯ ନମୁନା ପରୀକ୍ଷା ହୋଇଥିବା ବେଳେ ପଜିଟିଭ ହାର ରହିଛି ୧ ଦଶମିକ ୩୯ ପ୍ରତିଶତ । ୬୮ ଆକ୍ରାନ୍ତ ପଜିଟିଭ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୫୦୭ ଜଣ ଆକ୍ରାନ୍ତ ଥିବା ବେଳେ ସ୍ଥାନୀୟ ସଂକ୍ରମିତ ୩୬୧ଜଣ । ଅନୁଗୁଳରୁ ୨୬ ଜଣ, ବାଲେଶ୍ୱରରୁ ୫୨ ଜଣ, ବରଗଡ଼ରୁ ୧୩ ଜଣ, ଭଦ୍ରକରୁ ୧୯ ଜଣ, ବଲାଙ୍ଗୀରରୁ ୮ ଜଣ, ବୌଦ୍ଧ ଜିଲ୍ଲାରୁ ୧ ଜଣ, କଟକରୁ ୧୫୪ ଜଣ, ଦେବଗଡ଼ରୁ ୬ ଜଣ, ଢେଙ୍କାନାଳରୁ ୧୫ ଜଣ, ଗଜପତିରୁ ୧ ଜଣ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ୨୩ ଜଣ, ଯାଜପୁରରୁ ୪୫ ଜଣ, ଝାରସୁଗୁଡ଼ାରୁ ୬ ଜଣ, କଳାହାଣ୍ଡିରୁ ୨ ଜଣ, କନ୍ଧମାଳରୁ ୧୨ ଜଣ, କେନ୍ଦ୍ରାପଡ଼ାରୁ ୨୬ ଜଣ, କେଉଁଝରରୁ ୧୦ ଜଣ, ମାଲକାନଗିରିରୁ ୬ ଜଣ, ମୟୁରଭଞ୍ଜରୁ ୨୮ ଜଣ, ନୟାଗଡ଼ରୁ ୨୧ ଜଣ, ନୂଆପଡ଼ାରୁ ୬ ଜଣ, ପୁରୀରୁ ୨୧ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୩୯ ଜଣ, ସୁନ୍ଦରଗଡ଼ରୁ ୧୩ ଓ ଷ୍ଟେଟ ପୁଲରୁ ୫୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୯୫ ହଜାର ୪୩୩କୁ ବୃଦ୍ଧି ପାଇଛି।
ଆଜି ୬୬ ମୃତ୍ୟର ହିସାବ ଦେଇଛନ୍ତି ସରକାର । ସେଥିମଧ୍ୟରୁ ସମ୍ବଲପୁରରୁ ୧୨, କଟକରୁ ୮, ଅନୁଗୁଳରୁ ୭ ମୃତ, ବାଲେଶ୍ୱର, ଢେଙ୍କାନାଳରୁ ୫ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ଘଟିଛି। ବରଗଡ଼, ଭଦ୍ରକ, ଜଗତସିଂହପୁର, ଖୋର୍ଦ୍ଧାରୁ ୪ ଲେଖାଏଁ ମୃତ୍ୟୁ ଘଟିଛି। ବରଗଡ଼, ଭଦ୍ରକ, ଜଗତସିଂହପୁର, ଖୋର୍ଦ୍ଧାରୁ ୪ ଲେଖାଏଁ, ଗଞ୍ଜାମ, କଳାହାଣ୍ଡି, କେନ୍ଦ୍ରାପଡ଼ା, ସୁବର୍ଣ୍ଣପୁରରୁ ୨ ଲେଖାଏଁ, ବଲାଙ୍ଗିର, ଦେବଗଡ଼, ଯାଜପୁର, ଝାରସୁଗୁଡ଼ା, ନୟାଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୬,୯୫୩କୁ ବୃଦ୍ଧି ପାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.