୧୮ ବର୍ଷରୁ କମ୍ ୧୩୮ ପଜିଟିଭ
ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ସଂକ୍ରମିତଙ୍କ ସଂଖ୍ୟା ହଜାରେ ତଳେ ରହିଛି । ହେଲେ ୨୪ ଘଂଟାରେ ୧୮ ବର୍ଷରୁ କମ ୧୩୮ ଜଣ ଚିହ୍ନଟ ହୋଇଛନ୍ତି । ଯାହା ଚିନ୍ତାଜନକ । ୬୯ ହଜାର ୮ ନମୂନା ପରୀକ୍ଷା ହୋଇଥିଲା । ସଂକ୍ରମଣ ହାର ରହିଛି ୧.୪୩% ।
ଗତ ୨୪ ଘଣ୍ଟା ମଧ୍ୟରେ ୯୯୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୮ଜଣ, ବାଲେଶ୍ୱର ଜିଲ୍ଲାରୁ ୩୦ଜଣ, ବରଗଡ଼ ଜିଲ୍ଲାରୁ ୧୦ଜଣ, ଭଦ୍ରକ ଜିଲ୍ଲାରୁ ୧୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୩ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୯୫ଜଣ, ଦେଓଗଡ଼଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୨ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୫୧ଜଣ, ଯାଜପୁର ଜିଲ୍ଲାରୁ ୬୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୫ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୧୯ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମାଲକାନାଗିର ଜିଲ୍ଲାରୁ ଜଣେ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୪୨ଜଣ, ନୟାଗଡ଼ ଜିଲ୍ଲାରୁ ୧୬ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୨୫ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୋନପୁର ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ଷ୍ଟେଟ ପୁଲ୍ରୁ ୯୩ଜଣ ରହିଛନ୍ତି । ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୯୭୧୪୬ ରେ ପହଞ୍ଚିଛି ।
୬୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୧୫ଜଣ, ଜଗତସିଂହପୁର ଜିଲ୍ଲାରୁ ୧୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୭ଜଣ, ଅନୁଗୁଳ ଓ ବାଲେଶ୍ୱର ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ଭଦ୍ରକ ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୨ଜଣ ରହିଛନ୍ତି । ଗଞ୍ଜାମ, କେନ୍ଦୁଝର, ଖୋର୍ଦ୍ଧା , କୋରାପୁଟ , ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।