ପୁଣି ୧୩୦ ପିଲା ଆକ୍ରାନ୍ତ
ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ହେଲେ ଏବେ ଅଧିକାଂଶ ଛୁଆ କରୋନାରେ ସଂକ୍ରମିତ ହେଉଛନ୍ତି, ଯାହା ସମସ୍ତଙ୍କ ଚିନ୍ତାର କାରଣ ପାଲଟିଛି। ରାଜ୍ୟରେ ପୁଣି ୧୩୦ ପିଲା କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଗତ ୨୪ ଘଣ୍ଟାରେ ରାଜ୍ୟରେ ୮୪୯ କରୋନାର ନୂଆ ମାମଲା ସାମ୍ନାକୁ ଆସିଛି। ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ପୁଣି ସବୁଠୁ ଆଗରେ ରହିଛି ଖୋର୍ଦ୍ଧା। କେବଳ ଖୋର୍ଦ୍ଧା ଜିଲ୍ଲାରୁ ୩୧୩ କରୋନା ପଜିଟିଭ ବାହାରିଛନ୍ତି। ସେହିପରି ଅନୁଗୁଳରୁ ୧୯ ଜଣ, ବାଲେଶ୍ୱରରୁ ୪୮ଜଣ, ବରଗଡ଼ରୁ ୧୫ଜଣ, ଭଦ୍ରକରୁ ୯ଜଣ, ବୌଦ୍ଧରୁ ଜଣେ, କଟକରୁ ୧୧୫ଜଣ, ଦେବଗଡ଼ରୁ ୯ଜଣ, ଢେଙ୍କାନାଳରୁ ୧୪ଜଣ, ଗଜପତିରୁ ଜଣେ, ଗଞ୍ଜାମରୁ ୬ଜଣ, ଜଗତସିଂହପୁରରୁ ୪୨ଜଣ, ଯାଜପୁରରୁ ୪୨ଜଣ, ଝାରସୁଗୁଡ଼ାରୁ ଜଣେ, କଳାହାଣ୍ଡିରୁ ୩ଜଣ, କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ ୨୪ଜଣ, କେନ୍ଦୁଝରରୁ ୮ଜଣ, କୋରାପୁଟରୁ ୫ଜଣ, ମାଲକାନଗିରିରୁ ୨ଜଣ, ମୟୁରଭଞ୍ଜରୁ ୨୬ଜଣ, ନୟାଗଡ଼ରୁ ୧୯ଜଣ, ନୂଆପଡ଼ାରୁ ଜଣେ, ପୁରୀରୁ ୨୨ଜଣ, ରାୟଗଡ଼ାରୁ ୨ଜଣ, ସମ୍ବଲପୁରରୁ ୨୦ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୧୫ଜଣ ଓ ଷ୍ଟେଟ ପୁଲ୍ରୁ ୬୫ଜଣ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୪୦୫୯ରେ ପହଞ୍ଚିଛି ।