THE BYAPINI

ଗଣେଶ ପୂଜା ନେଇ ଗାଇଡ଼ଲାଇନ

Get real time updates directly on you device, subscribe now.

ଗଶେଶ ପୂଜା ପାଇଁ ନୂଆ ଗାଇଡ୍‌ଲାଇନ୍‌ ଜାରି କରିଛି ବିଏମସି ଓ ସିଏମସି । ପେଣ୍ଡାଲରେ କୋଭିଡ କଟକଣାରେ ପୂଜା ପାଇଁ ଅନୁମତି ମିଳିଛି। ତେବେ ଏଥିପାଇଁ କମିଶନରେଟ ପୋଲିସର ଅନୁମତି ନେବାକୁ ପଡ଼ିବ ବୋଲି ଗାଇଡ୍‌ଲାଇନ୍‌ରେ କୁହାଯାଇଛି।
ପେଣ୍ଡାଲର ୪ ପଟ ସମ୍ପୂର୍ଣ୍ଣ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।ମୂର୍ତ୍ତି ୪ ଫୁଟ ଉଚ୍ଚତାରୁ ଅଧିକ କରାଯାଇ ପାରିବ ନାହିଁ ବୋଲି ଗାଇଡ୍‌ଲାଇନ୍‌ରେ କୁହାଯାଇଛି। ପୂଜା ବେଳେ ପୂଜକଙ୍କୁ ମିଶାଇ ଏକସଙ୍ଗେ ୭ରୁ ଅଧିକ ଲୋକଙ୍କୁ ଏକାଠି ହେବା ମନା ।ଯେଉଁମାନେ ୨ଟି ଡୋଜ୍ ଟିକା ନେଇଥିବେ ସେମାନଙ୍କୁ କେବଳ ଅନୁମତି ମିଳିବ ।
ଶିକ୍ଷାନୁଷ୍ଠାନରେ ସର୍ବାଧିକ ୨୦ ପିଲାଙ୍କୁ ନେଇ ପୂଜା ଅନୁମତି ମିଳିଛି । କୌଣସି ପ୍ରକାର ପ୍ରସାଦ ସେବନ କିମ୍ବା ଭୋଜିକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି। ଗତ ମାସରେ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ପୂଜା ପାଇଁ ଗାଇଡଲାଇନ୍‌ ଜାରି ହୋଇଥିବା ବେଳେ ଏହାକୁ ବିଭିନ୍ନ ପୂଜା କମିଟି ପକ୍ଷରୁ ବିରୋଧ କରାଯାଇଥିଲା। ଏଥିରେ ପୂଜା ମଣ୍ଡପ ପାଇଁ କେତେକ ନିୟମ ରଖାଯାଇଥିଲା ।

Get real time updates directly on you device, subscribe now.

Leave A Reply

Your email address will not be published.