THE BYAPINI

ନୂଆଁଖାଇରେ ମୁଖ୍ୟମନ୍ତ୍ରୀଙ୍କ ‘କାଳିଆ’ ସହାୟତା

Get real time updates directly on you device, subscribe now.

ରବି ଫସଲ ପାଇଁ ନୂଆଖାଇ ରେ ମିଳିଲା ମୁଖ୍ୟମନ୍ତ୍ରୀଙ୍କ କାଳିଆ ସହାୟତା । ୩୭ ଲକ୍ଷ ଚାଷୀ ପରିବାରର ବ୍ୟାଙ୍କ ଆକାଉଣ୍ଟକୁ ଗଲା ୭୪୩ କୋଟି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୩୭,୧୨,୯୧୪ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ ପରିବାରଙ୍କୁ ରବି ଫସଲ ପାଇଁ କାଳିଆ ଯୋଜନାରେ ୭୪୨.୫୮ କୋଟି ଟଙ୍କା ସହାୟତା ପ୍ରଦାନ କରିଛନ୍ତି । ସମସ୍ତଙ୍କ ବ୍ୟାଙ୍କ ଆକାଉଣ୍ଟରେ ୨୦୦୦ ଟଙ୍କା ଲେଖାଏ ଜମା କରାଯାଇଛି ।

ପବିତ୍ର ନୂଆଖାଇ ଅବସରରେ ଚାଷୀ ମାନଙ୍କୁ କାଳିଆ ସହାୟତା ପ୍ରଦାନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଚାଷୀର ସମସ୍ୟା ହେଉଛି ଆମ ସମସ୍ତଙ୍କ ସମସ୍ୟା ।ଚାଷୀର ସମସ୍ୟାକୁ କେବେ ଅଣଦେଖା କରାଯାଇପାରିବ ନାହିଁ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସାର ସଂପର୍କରେ ଦେଖା ଦେଇଥିବା ଅସୁବିଧାର ସମାଧାନ ପାଇଁ ସେ ନିଜେ କେନ୍ଦ୍ର ସରକାରଙ୍କ ସହ ଯୋଗାଯୋଗରେ ରହିଛନ୍ତି।
ସରକାର ସବୁବେଳେ ଚାଷୀ ମାନଙ୍କ ସାଥିରେ ଅଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଚଳିତ ବର୍ଷ କମ୍‌ ବର୍ଷା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଅଗଷ୍ଟରେ କମ୍‌ ବର୍ଷା ହୋଇଛି । ତେବେ ବର୍ତ୍ତମାନ ଭଲ ବର୍ଷା ହେଉଥିବାରୁ ଆଗକୁ ସ୍ଥିତିରେ ଉନ୍ନତି ଆସିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ। ପରିସ୍ଥିତି ଉପରେ ସରକାର ନଜର ରଖିଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୃଷି ବିଭାଗର କ୍ଷେତ୍ର ଅଧିକାରୀ ମାନଙ୍କୁ ଚାଷୀ ମାନଙ୍କ ସହ ସବୁବେଳେ ସଂପର୍କରେ ରହି ପରିସ୍ଥିତି ଉପରେ ସତର୍କ ଦୃଷ୍ଟି ରଖିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । କୃଷି ବିଭାଗର ପରାମର୍ଶ ଅନୁଯାୟୀ ଚାଷୀ ଭାଇମାନେ କାମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।ମୁଖ୍ୟମନ୍ତ୍ରୀ କହିଥିଲେ ଯେ କାଳିଆ ଯୋଜନା ଚାଷୀର କଲ୍ୟାଣ ପାଇଁ ସାରା ଦେଶରେ ସବୁଠାରୁ ଭଲ ଯୋଜନା । ଭୂମିହୀନ ଚାଷୀ ମାନଙ୍କୁ ସହାୟତା ଦେବାରେ ଓଡିଶା ହେଉଛି ଦେଶର ଏକମାତ୍ର ରାଜ୍ୟ । ଲକ୍ଷ ଲକ୍ଷ ଛୋଟ ଚାଷୀ କାଳିଆ ଯୋଜନାରେ ସବୁଠାରୁ ଅଧିକ ଉପକାର ପାଉଛନ୍ତି। କୋଭିଡ ମହାମାରୀ ଆରମ୍ଭ ହେବା ଠାରୁ ରାଜ୍ୟ ସରକାର ଏହି ଯୋଜନାରେ ଚାଷୀ ମାନଙ୍କୁ ୩୨୦୦ କୋଟି ଟଙ୍କାରୁ ଅଧିକ ସହାୟତା ପ୍ରଦାନ କରିସାରିଲେଣି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ ।

Get real time updates directly on you device, subscribe now.

Leave A Reply

Your email address will not be published.