୨୪ ଘଣ୍ଟା ଭିତରେ କେଉଁ ଜିଲ୍ଲାରେ କେତେ ସଂକ୍ରମିତ
୨୪ ଘଣ୍ଟାରେ ରାଜ୍ୟରୁ ଆଉ ୬୨୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୩୬୨ଟି ମାମଲା କ୍ୱାରେଣ୍ଟାଇନରୁ ଆସିଥିବା ବେଳେ ୨୬୧ଟି ମାମଲା ସ୍ଥାନୀୟ ସଂକ୍ରମଣ । ସଂକ୍ରମିତଙ୍କ ମଧ୍ୟରେ ଶୂନରୁ ୧୮ ବର୍ଷ ମଧ୍ୟରେ ୯୫ ଜଣ ରହିଛନ୍ତି ।
ଖୋର୍ଦ୍ଧା ଜିଲ୍ଲାକୁ ବାଦ୍ ଦେଲେ ଅନ୍ୟ ୨୫ଟି ଜିଲ୍ଲାରେ ଦୈନିକ ସଂକ୍ରମଣ ୩ ଅଙ୍କ ତଳେ ରହିଛି । ୪ଟି ଜିଲ୍ଲାରୁ ଆଜି କେହି ବି ସଂକ୍ରମିତ ଚିହ୍ନଟ ହୋଇନାହାଁନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୨୭୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୭୪, ଜଗତସିଂହପୁରରୁ ୨୯, ଯାଜପୁର ୨୮, ବାଲେଶ୍ୱର ୨୮, ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଷ୍ଟେଟ ପୁଲରୁ ୬୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ତେବେ ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୦ ହଜାର ୨୪୪କୁ ବୃଦ୍ଧି ପାଇଛି । ଏମାନଙ୍କ ଭିତରେ ୧୦ ଲକ୍ଷ ୬ ହଜାର ୩୨୦ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୫୭୩୬ ରହିଛି ।