ଖୋର୍ଦ୍ଧାରୁ କମୁନି ସଂକ୍ରମଣ
ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ କମୁଛି। ୨୪ ଘଣ୍ଟାରେ ରାଜ୍ୟରେ ୪୭୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୧୮ ବର୍ଷରୁ କମ୍ବର୍ଗର ୫୭ ଜଣ ଆକ୍ରାନ୍ତ ଅଛନ୍ତି। ଚିହ୍ନଟ ନୂଆ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୨୮୧ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ୧୯୭ ରହିଛି। ଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧୧ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି ।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୭ ଜଣ, ବାଲେଶ୍ୱରରୁ ୨୫ ଜଣ, ଭଦ୍ରକରୁ ୪ ଜଣ, କଟକରୁ ୫୭ ଜଣ, ଢେଙ୍କାନାଳରୁ ୧୨ ଜଣ, ଗଜପତିରୁ ୨ ଜଣ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ୨୯ ଜଣ, ଯାଜପୁରରୁ ୧୬ ଜଣ, ଝାରସୁଗୁଡ଼ାରୁ ୭ ଜଣ, କଳାହାଣ୍ଡିରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୩ ଜଣ, କେଉଁଝରରୁ ୧ ଜଣ, ମାଲକାନଗିରିରୁ ୧ ଜଣ, ମୟୁରଭଞ୍ଜରୁ ୧୩ ଜଣ, ନୟାଗଡ଼ରୁ ୨ ଜଣ, ପୁରୀରୁ ୧୪ ଜଣ, ସମ୍ୱଲପୁରରୁ ୧୨ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୧୦ ଜଣ ଓ ଷ୍ଟେଟ ପୁଲରୁ ୪୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୭ ହଜାର ୪୩୧ରେ ପହଞ୍ଚି ଥିବାବେଳେ ଆକ୍ଟିଭ୍ କେସ୍ ୫୩୩୬ ରହିଛି। ୧୦୧୩୮୩୩ ଜଣ ସୁସ୍ଥ ହୋଇଛନ୍ତି।