ଜଗଦ୍ଦେବଙ୍କୁ ମିିଳିଲାନି ଜାମିନ
ଚିଲିକା ବିଧାୟକ ପ୍ରଶାନ୍ତ ଦଗଦ୍ଦେବଙ୍କ ଜାମିନ ଆବେଦନ ଖାରଜ । ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନ ଖାରଜ କଲେ କୋର୍ଟ ଏଡିଜେ-୧ କୋର୍ଟ । ହାଇକୋର୍ଟଙ୍କ ନିର୍ଦ୍ଦେଶରେ କୋର୍ଟରେ ହାଜର ହୋଇଥିଲେ ପ୍ରଶାନ୍ତ ଦଗଦ୍ଦେବ । ତଳକୋର୍ଟରେ ଆତ୍ମସମର୍ପଣ କରିଥିଲେ ।
ତାଙ୍କ ଉପରେ ଲାଗିଛି ଏସସିଏସଟି ଆଇନ ଓ ଅପରାଧର ସଙ୍ଗୀନ ଦଫା । ବାଲୁଗାଁ ଏନଏସି ଅଫିସରେ ବିଜେପି ନେତାଙ୍କୁ ମାଡ ମାରିବା ଦୃଶ୍ୟ ଭାଇରାଲ ହେବା ପରେ କାର୍ୟ୍ୟାନୁଷ୍ଠାନ ନେଇଥିଲେ ବିଜେଡି ସୁପ୍ରିମୋ । ଏବଂ ତାଙ୍କୁ ବିଜେଡିରୁ ନିଲମ୍ବିତ କରାଯାଇଥିଲା । ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ପଦରୁ ମଧ୍ୟ ହଟାଯାଇଛି । ଦୀର୍ଘ ଏକ ମାସ ଧରି ଫେରାର ଥିଲେ ବିଧାୟକ । ମାଡ ମାରିବା ନେଇ ପ୍ରଶାନ୍ତଙ୍କ ବିରୋଧରେ ଥାନାରେ ଅଭିଯୋଗ ବି ହୋଇଥିଲା । ସେବେଠାରୁ ବିଧାୟକଙ୍କୁ ଧରିବା ନେଇ ପୋଲିସ ଚାଲିଆଡେ ଚଢାଉ ଜାରି ରଖିଥିଲା । ଏପିରିକି ପ୍ରଶାନ୍ତଙ୍କ ଆଗୁଆ ଜାମିନ ଆବେଦନ ଖାରଜ ହୋଇଯାଇଥିଲା ।