ଆଜି ବିଜୟା ଦଶମୀ…ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି
ଅଧର୍ମ ଉପରେ ଧର୍ମର ଜୟ, ଅସତ୍ୟ ଉପରେ ସତ୍ୟର ବିଜୟ । ଆଜି ବିଜୟା ଦଶମୀ । ଏଥିପାଇଁ ଆଜି ଉଭୟ ପୀଠ ଓ ପୂଜା ମଣ୍ଡପରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା କରାଯାଉଛି । କୋଭିଡ ସ୍ଥିତି ଯୋଗୁଁ ପାର୍ବଣର ମାହୋଲରେ ଚାକଚକ୍ୟ କମିଛି । ହେଲେ ଶ୍ରଦ୍ଧାଳୁଙ୍କ ଉତ୍ସାହ କମିନି । ମା’ଙ୍କୁ ଭକ୍ତିର ସହ ନିଜ ଅନୁସାରେ ଦୁର୍ଗାପୂଜାକୁ ପାଳନ କରୁଛନ୍ତି ଲୋକ ।
କିମ୍ବଦନ୍ତୀ ଅନୁଯାୟୀ ମହିଷାସୁରର ଅତ୍ୟାଚାର ଅସହ୍ୟ ହେବାରୁ ଦେବତାମାନେ ଦୁର୍ଗାଙ୍କୁ ଆବାହନ କରିଥିଲେ । ଦେବୀ ଦୁର୍ଗା ସିଂହବାହିନୀ ସାଜି ମହିଷାସୁରକୁ ବଦ୍ଧ କରିଥିଲେ । ଆଶ୍ୱୀନ ଶୁକ୍ଳପକ୍ଷ ଅଷ୍ଟମୀ ଓ ନବମୀ ସନ୍ଧିକ୍ଷଣରେ ଦେବୀ ଦୁର୍ଗା ମହିଷାସୁରକୁ ନିପାତ କରିଥିବାରୁ ଏହି ସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ । ତେବେ ଦଶହରା ଦିନ ପ୍ରଭୁ ଶ୍ରୀରାମଚନ୍ଦ୍ର ମଧ୍ୟ ମାତୃଶକ୍ତି ବନଦୁର୍ଗାଙ୍କୁ ପୂଜା କରି ପ୍ରବଳ ପ୍ରତାପୀ ରାବଣକୁ ବଦ୍ଧ କରିଥିଲେ । ତେଣୁ ଦଶହରାକୁ ଅଧର୍ମ ଉପରେ ଧର୍ମର ବିଜୟ ଉତ୍ସବ ଭାବେ ମଧ୍ୟ ପାଳନ କରାଯାଉଛି ।
ସେପଟେ, ଆଜି ବିଜୟା ଦଶମୀରେ ବନ୍ଦ ରହିବ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ । ଠାକୁରଙ୍କ ସମସ୍ତ ନୀତିକାନ୍ତ ହେବ, କିନ୍ତୁ ଭକ୍ତଙ୍କ ପାଇଁ ମନ୍ଦିର ପ୍ରବେଶ ମନା । ସେହିପରି ଆସନ୍ତାକାଲି ଭସାଣରେ ଦିନ ୧୨ଟା ପରଠାରୁ ଦର୍ଶନ ବନ୍ଦ ରହିବ ।