THE BYAPINI

କଂଗ୍ରେସରୁ ଇସ୍ତଫା ଦେଲେ ପ୍ରଦୀପ ମାଝୀ

Get real time updates directly on you device, subscribe now.

କଂଗ୍ରେସରୁ ଇସ୍ତଫା ଦେଲେ ପ୍ରଦୀପ ମାଝୀ । ଦଳର ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଦେଲେ ଇସ୍ତଫାପତ୍ର । କାମ କରିବାର ସୁଯୋଗ ଦେଇଥିବାରୁ କଂଗ୍ରେସକୁ ଧନ୍ୟବାଦ ଦେଲେ । କଂଗ୍ରେସ ହାଇକମାଣ୍ଡଙ୍କୁ ମଧ୍ୟ ଧନ୍ୟବାଦ ଦେଲେ । କହିଲେ, କିଛି ଲୋକଙ୍କ ପାଇଁ କଂଗ୍ରେସ ଜନସମର୍ଥନ ହରାଉଛି । ବହୁତ ଦୁଃଖ ଓ କଷ୍ଟର ସହ ଦଳ ଛାଡୁଥିବା କହିଛନ୍ତି ।

ପଞ୍ଚାୟତ ନିର୍ବାଚନ ପୂର୍ବରୁ ନବରଙ୍ଗପୁରରେ ଆୟୋଜିତ ହେବାକୁ ଥିବା ଏକ ବିରାଟ ସମାବେଶରେ ନିଜ ଶତାଧିକ ସମର୍ଥକଙ୍କୁ ନେଇ ପ୍ରଦୀପ ମାଝୀ ବିଜେଡିରେ ମିଶିବେ ବୋଲି ଯୋଜନା ହୋଇଥିବା କୁହାଯାଉଛି । ଏକଦା ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ଘନିଷ୍ଠ ଥିବା ପ୍ରଦୀପଙ୍କ ବାପା ଭଗବାନ ମାଝୀ ରାଜ୍ୟସଭା ସାଂସଦ ହୋଇଥିଲେ । ଆଉ କଂଗ୍ରେସରୁ ଲଗାତାର ଦୁଇ ଥର ହାରିବା ପରେ ପ୍ରଦୀପ ଏବେ ନିଜ ବାପାଙ୍କ ରାଜନୀତି ରାସ୍ତାରେ ଯାଇ ବିଜୁଙ୍କୁ ଆଦର୍ଶ କରି ଶଙ୍ଖ ଧରିବେ ବୋଲି ଚର୍ଚ୍ଚା ହେଉଛି ।
ପଞ୍ଚାୟତ ନିର୍ବାଚନ ପୂର୍ବରୁ ସେପ୍ଟେମ୍ବର ମାସରେ ନବରଙ୍ଗପୁରେ ଏକ ବିରାଟ ସମାବେଶରେ ନିଜ ଶତାଧିକ ସମର୍ଥକଙ୍କୁ ନେଇ ବିଜେଡିରେ ମିଶିବେ ବୋଲି ପ୍ଲାନ ହୋଇଥିବା କୁହାଯାଉଛି ।

Get real time updates directly on you device, subscribe now.

Leave A Reply

Your email address will not be published.