THE BYAPINI

ଆସୁଛି ଆଉ ଏକ ଲଘୁଚାପ

Get real time updates directly on you device, subscribe now.

ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୯ରେ ଆସୁଛି ଏହି ଲଘୁଚାପ ! ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ନେଇ ପାଣିପାଗ କେନ୍ଦ୍ରର ସୂଚନା ଟୁଇଟ୍ ଯୋଗେ ସୂଚନା ଦେଲା ଭୁବନେଶ୍ୱର ପାଣିପାଗ କେନ୍ଦ୍ର। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବ। ବିଶେଷକରି ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ କନ୍ଧମାଳ ଜିଲ୍ଲାର କିଛି ସ୍ଥାନରେ ବର୍ଷା ହେବ ବୋଲି ଭୁବନେଶ୍ବର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ଆସନ୍ତା ୯ ତାରିଖ ପରେ ରାଜ୍ୟରେ ଶୀତ ବଢ଼ିବାର ସମ୍ଭାବନା ରହିଛି। ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଉଭୟ ଦିନ ଓ ରାତିର ତାପମାତ୍ରା କମିବ । ୧୦ ତାରିଖ ବେଳକୁ ରାତିର ତାପମାତ୍ରା ସ୍ୱାଭାବିକ ଠାରୁ ୨-୩ଡିଗ୍ରୀ କମିବ। ବିଶେଷକରି ପାହାଡ଼ିଆ ଅଞ୍ଚଳରେ ହାଡ଼ଭଙ୍ଗା ଶୀତ ହେବ ।

Get real time updates directly on you device, subscribe now.

Leave A Reply

Your email address will not be published.