THE BYAPINI

କୋଟିପତି ସରକାରୀ ବାବୁଙ୍କ ଘରେ ରେଡ୍

Get real time updates directly on you device, subscribe now.

ଭିଜିଲାନ୍ସ ଜାଲରେ କୋଟିପତି ସରକାରୀ ବାବୁ । ପୁଲିସ୍ ହାଉସିଂ କର୍ପୋରେସନର ଡେପୁଟି ମ୍ୟାନେଜର ପ୍ରତାପ ସାମଲଙ୍କ ବାସଭବନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ । ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ କରାଯାଉଛି । ଭୁବନେଶ୍ୱର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର ୧୦ଟି ଜାଗାରେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ଚଢ଼ାଉ କରାଯାଉଛି ।

ପ୍ରତାପ ସାମଲଙ୍କ ଭୁବନେଶ୍ୱର ଆଇଆରସି ଭିଲେଜ୍ ପ୍ଲଟ୍ ନମ୍ବର ଏନ୍/୬-୪୧୬ରେ ଏକ ତିନିମହଲା କୋଠା, ଜୟଦେବ ବିହାରରେ ଏକ ଦୁଇମହଲା ଘର, ବିଜୁ ପଟ୍ଟନାୟକ କଲେଜ ଛକ ମା ଭାଗବତୀ ମନ୍ଦିର ବିପରୀତ ଦିଗରେ ଏକ ଛଅମହଲା କୋଠା, ଖଣ୍ଡଗିରିରେ ଏକମହଲା ଭଡ଼ା ଦିଆଯାଇଥିବା ଘର, ଅନନ୍ୟା ଟାୱାରରେ ଥିବା ତାଙ୍କ ସହଯୋଗୀଙ୍କ ଘରେ ଚଢାଉ ଚାଲିଛି । ସେହିପରି ପୁଲିସ୍ ହାଉସିଂ କର୍ପୋରେସନର ତାଙ୍କ କାର୍ୟ୍ୟାଳୟ, ଭଦ୍ରକ ଜିଲ୍ଲାର ବାସୁଦେବପୁରର ବାଲିସାହିଠାରେ ଏକ ତିନି ମହଲା ଆପାର୍ଟମେଣ୍ଟ, ବାଲେଶ୍ୱର ଜିଲ୍ଲାର ସୁମୁଳିଆ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହରିପୁରରେ ନିଜର ପୈତୃକ ଘର ଓ ସଂପର୍କୀୟଙ୍କ ଘରେ ଚଢ଼ାଉ ଜାରି ରହିଛି ।

Get real time updates directly on you device, subscribe now.

Leave A Reply

Your email address will not be published.