ନିଯୁକ୍ତି କ୍ଷେତ୍ରରେ ନୂଆ ରେକର୍ଡ,୬୧୩୧ ଶିକ୍ଷକଙ୍କୁ ଏକାଥରେ ନିଯୁକ୍ତି ପତ୍ର
ଓଡ଼ିଶାରେ ନିଯୁକ୍ତି କ୍ଷେତ୍ରରେ ନୂଆ ରେକର୍ଡ । ଏକାଥରେ ନିଯୁକ୍ତି ପାଇଲେ ୬ ହଜାର ୧୩୧ ହାଇସ୍କୁଲ ଶିକ୍ଷକ ଶିକ୍ଷୟିତ୍ରୀ ।ସ୍କୁଲ ସ୍ମାର୍ଟ ହେଲା, ନବନିଯୁକ୍ତ ଶିକ୍ଷକଙ୍କୁ ନିଯୁକ୍ତି ପତ୍ର ମିଳିଲା । ଆଜି କଳିଙ୍ଗ ଷ୍ଟାଡିୟମରେ ଓରିଏଣ୍ଟେସନ କାର୍ୟ୍ୟକ୍ରମରେ ନବନିଯୁକ୍ତ ଶିକ୍ଷକମାନଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏକାଥରେ ୧୧ ହଜାର ୪ ଶହ ଶିକ୍ଷକ ନିଯୁକ୍ତି ଯୋଜନା ଥିଲା । କିନ୍ତୁ ସଂରକ୍ଷିତ ବର୍ଗରେ ଉତ୍ତୀର୍ଣ୍ଣ ହୋଇନଥିବାରୁ ବଳକା ୪ହଜାର ୪ଶହ ପଦବୀ ସପ୍ତାହକ ମଧ୍ୟରେ ପୂରଣ ହେବ । ଏବର୍ଷ ୧୬ହଜାର ଶିକ୍ଷକ ନିଯୁକ୍ତି ପାଇଁ ବିଭାଗ ଲକ୍ଷ୍ୟ ରଖିଛି ।
ତେବେ କଳିଙ୍ଗ ଷ୍ଟାଡିୟମରେ ନବ ନିଯୁକ୍ତ ଶିକ୍ଷକ-ଶିକ୍ଷୟତ୍ରୀ ମାନଙ୍କ ଓରିଏଣ୍ଟେସନ କାର୍ୟ୍ୟକ୍ରମରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶିକ୍ଷା ହେଉଛି ସମାଜର ସାମୁହିକ ଆଶା ଓ ଆକାଂକ୍ଷାର ପ୍ରତିଫଳନ । ଶିକ୍ଷା ବ୍ୟବସ୍ଥାର ଆତ୍ମା ଭାବରେ ଶିକ୍ଷକ ମାନଙ୍କୁ ଅଭିହିତ କରି ଆମର ଭବିଷ୍ୟତ ପୀଢି ତଥା ନୂଆ ଓଡିଶା ଗଠନ ପାଇଁ ଆରମ୍ଭ ହୋଇଥିବା ଏହି ରୂପାନ୍ତରରେ ଶିକ୍ଷକ ମାନେ ସଫଳ ସହଯୋଗୀ ଭାବରେ ତାଙ୍କର ଦାୟିତ୍ବ ତୁଲାଇବାକୁ ମୁଖ୍ୟମନ୍ତ୍ରୀ ଆହ୍ବାରାଜ୍ୟର ଶିକ୍ଷା ଇତିହାସରେ ଆଜି ଦିନଟି ସବୁବେଳେ ସ୍ମରଣୀୟ ହୋଇରହିବ ।
ନବୀନ ଓଡିଶା ଗଠନ ଦିଗରେ ଏକ ଯୁଗାନ୍ତକାରୀ ପଦକ୍ଷେପ ସ୍ବରୂପ ରାଜ୍ୟର ଶିକ୍ଷା ଓ ସ୍ୱାସ୍ଥ୍ୟ ଏହି ଦୁଇଟିଯାକ କ୍ଷେତ୍ରର ବିକାଶ ଉପରେ ରାଜ୍ୟ ସରକାର ପ୍ରାଥମିକତା ଦେଇଆସିଛନ୍ତି। ସାରା ରାଜ୍ୟର ସବୁ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନ ତଥା ପ୍ରଥମ ପର୍ୟ୍ୟାୟର ୫-ଟି ହାଇସ୍କୁଲ ଟ୍ରାନ୍ସଫରମେସନ କାର୍ୟ୍ୟକ୍ରମରେ ୧୦୭୫ଟି ସ୍କୁଲର ରୂପାନ୍ତର ପରେ ପରେ ଆଉ ଏକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପରେ ରାଜ୍ୟ ସରକାର ଆଜି ଏକାଥରକେ ୬୨୩୧ ଜଣ ଶିକ୍ଷକଙ୍କୁ ନିଯୁକ୍ତି ଦେଇଛନ୍ତି । ରାଜ୍ୟ ନିଯୁକ୍ତି ଇତିହାସରେ ଏହା ଏକ ସର୍ବକାଳୀନ ରେକର୍ଡ ।
ରାଜ୍ୟରେ ଶିକ୍ଷା କ୍ଷେତ୍ରରେ ଚାଲିଥିବା ରୂପାନ୍ତର ସଂପର୍କରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ୫-ଟି ହାଇସ୍କୁଲ ଟ୍ରାନସଫରେମେସନ କାର୍ୟ୍ୟକ୍ରମରେ ରାଜ୍ୟର ବିଭିନ୍ନ ସ୍କୁଲର ଭିତ୍ତିଭୂମିର ରୂପାନ୍ତର କରାଯାଇ ସ୍ମାର୍ଟ କ୍ଲାସ ରୁମ୍, ଇ-ଲାଇବ୍ରେରୀ, ଆଧୁନିକ ପରୀକ୍ଷାଗାର, ଉନ୍ନତ ପରିମଳ ବ୍ୟବସ୍ଥା, ଖେଳପଡିଆ ତଥା ସ୍କୁଲର ପରିବେଶକୁ ଶିକ୍ଷା ଅନୁକୂଳ କରିବା ପାଇଁ ସବୁ ପ୍ରକାର ପଦକ୍ଷେପ ନିଆଯାଇଛି । ଏଯାଏଁ ୧୦୭୫ଟି ସ୍କୁଲର ରୂପାନ୍ତରଣ ପ୍ରଥମ ପର୍ୟ୍ୟାୟରେ ଶେଷ ହୋଇଥିବା ବେଳେ, ପର୍ୟ୍ୟାକ୍ରମେ ରାଜ୍ୟର ସମସ୍ତ ସରକାରୀ ଓ ଅନୁଦାନପ୍ରାପ୍ତ ହାଇସ୍କୁଲର ରୂପାନ୍ତର କରାଯିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ ।