THE BYAPINI

‘ତୃତୀୟ ଲହର ସମ୍ଭାବନା ନିଶ୍ଚିତ’

Get real time updates directly on you device, subscribe now.

ଧିରେ ଧିରେ କାୟା ବିସ୍ତାର କରୁଛି ଓମିକ୍ରନ୍‌ । ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର କହିଛନ୍ତି, ବ୍ରିଟେନରେ ଯେମିତି ସଂକ୍ରମଣ ବଢ଼ୁଛି, ତୃତୀୟ ଲହର ସମ୍ଭାବନା ନିଶ୍ଚିତ ।ତୃତୀୟ ଲହର ମୁକାବିଲା ଲାଗି ଆମେ ଆମେ ପ୍ରସ୍ତୁତ ରହିଛୁ ।ତେ ରୋଗୀ ଚିହ୍ନଟ ହେଲେ ମଧ୍ୟ ତାଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇଦେବୁ ବୋଲି କହିଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ।

ଓମିକ୍ରନ ଚିହ୍ନଟ ପାଇଁ ଜିନମ ସିକ୍ୱେନ୍ସିଂ ଆବଶ୍ୟକ । ତେଣୁ ସିକ୍ୱେନ୍ସିଂ ପାଇଁ ଯାଉଥିବା ନମୁନା ସଂଖ୍ୟା ବଢାଇବାକୁ କୁହାଯାଇଛି । ଏବେ ସୁଦ୍ଧା ରାଜ୍ୟକୁ ଆଟ୍ ରିସ୍କ ଦେଶରୁ ୧୫ଶହରୁ ଅଧିକ ଲୋକ ଆସିଲେଣି । ଯାହା ତଥ୍ୟ ଅଛି, ଓମିକ୍ରନର ଲକ୍ଷଣ ପୂର୍ବ ଭଳି ପ୍ରାୟ ସମାନ । ଦ୍ଵିତୀୟ ଲହରରେ ଯେଉଁ ଟ୍ରିଟମେଣ୍ଟ ଥିଲା, ଏବେ ବି ତାହା ରହିଛି । ଓମିକ୍ରନ ଯୋଗୁଁ ଯେଉଁ ପରିସ୍ଥିତି ସୃଷ୍ଟି ହେବ, ତାକୁ ସମ୍ଭାଳିବା ଲାଗି ଆମର କ୍ଷମତା ରହିଛି । ରୋଗୀ ସଂଖ୍ୟା ବୃଦ୍ଧି ସହ ତାଳ ଦେଇ ଭିତ୍ତିଭୂମି ବଢ଼ାଯିବ । ପୂର୍ବ ପ୍ରସ୍ତୁତି ସହ ଅକ୍ସିଜେନ, ବେଡ୍, ଜରୁରୀ ଔଷଧ ମହଜୁଦ ରଖାଯାଉଛି । ନିୟମିତ ଏହାର ତର୍ଜମା କରାଯାଉଛି ଓ ପ୍ରସ୍ତୁତି ଚାଲିଛି । ରାଜ୍ୟର ସମସ୍ତ କୋଭିଡ୍ ହସ୍ପିଟାଲ, ଘରୋଇ ହସ୍ପିଟାଲରେ ସ୍ବତନ୍ତ୍ର ଓମିକ୍ରନ ବ୍ଲକ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି କହିଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ।

Get real time updates directly on you device, subscribe now.

Leave A Reply

Your email address will not be published.