THE BYAPINI

ପଞ୍ଚାୟତ ନିର୍ବାଚନରେ ରହିବନି ଓବିସି ସଂରକ୍ଷଣ

Get real time updates directly on you device, subscribe now.

ଚଳିତ ପଞ୍ଚାୟତ ନିର୍ବାଚନରେ ରହିବନି ଓବିସି ସଂରକ୍ଷଣ । ଯେଉଁଠି ଜିଲ୍ଲାପରିଷଦ, ସରପଞ୍ଚ, ସମିତି ସଭ୍ୟଙ୍କ ପାଇଁ ଆସନ ଓବିସିଙ୍କ ପାଇଁ ସଂରକ୍ଷଣ ହୋଇଛି ତାହାକୁ ପରିବର୍ତନ କରାଯାଇ ସେହି ଆସନ ସାଧାରଣ ବର୍ଗଙ୍କ ପାଇଁ ସଂରକ୍ଷିତ ରହିବ । ଏ ନେଇ ହାଇକୋର୍ଟଙ୍କ ରାୟ ଆସିବା ପରେ ସଂରକ୍ଷଣ ତାଲିକାକୁ ପ୍ରତ୍ୟାହାର କରାଯିବ ବୋଲି ସରକାର କହିଛନ୍ତି । ଆସନ୍ତା ୨୭ ତାରିଖରେ ପୁନଃ ସଂରକ୍ଷଣ ଡ୍ରାଫ୍ଟ ତାଲିକା ପ୍ରକାଶ ପାଇବ ।
୩ ତାରିଖରେ ସଂରକ୍ଷଣକୁ ନେଇ ବ୍ଲକ ଓ ଜିଲ୍ଲା ସ୍ତରରେ ଆପତି ଅଭିଯୋଗ ଶୁଣାଣି କରାଯିବ । ୫ ତାରିଖରେ ଶୁଣାଣିର ସମାଧାନ କରାଯିବ ଏବଂ ୭ ତାରିଖରେ ଚୂଡାନ୍ତ ତାଲିକା ପ୍ରକାଶ ପାଇବ । ୮ ତାରିଖରେ ପଂଚାୟତରାଜ ପକ୍ଷରୁ ରାଜ୍ୟ ନିର୍ବାଚନ କମିଶନଙ୍କୁ ଚୂଡାନ୍ତ ତାଲିକା ଦିଆଯିବ । ତେବେ କେବେ ନିର୍ବାଚନ ହେବ ଏ ନେଇ ରାଜ୍ୟ ନିର୍ବାଚନ କମିଶନ ଘୋଷଣା କରିବେ । ପୂର୍ବରୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ମଧ୍ୟପ୍ରଦେଶ ଏବଂ ମହାରାଷ୍ଟ୍ରରେ ଏହି ନିୟମ ଲାଗୁ ହୋଇଥିଲା । ତେଣୁ ଓଡିଶାରେ ମଧ୍ୟ ଏହାକୁ ଲାଗୁ କରାଯାଇଛି ।
ରାଜ୍ୟ ନିର୍ବାଚନ କମିଶନ ନଭେମ୍ବର ୧୬ ତାରିଖରେ ଏକ ବିଜ୍ଞପ୍ତି ଜାରି କରି ତ୍ରିସ୍ତରୀୟ ପଂଚାୟତ ନିର୍ବାଚନର ସିଟ୍ ସଂରକ୍ଷଣ ତାଲିକା ଜାରି କରିଥିଲେ। ବିଜ୍ଞପ୍ତି ଅନୁସାରେ ଆଗାମୀ ପଂଚାୟତ ନିର୍ବାଚନରେ ମୋଟ ୮୫୩ଟି ଜିଲ୍ଲା ପରିଷଦ ଆସନ ମଧ୍ୟରୁ ପଛୁଆ ବର୍ଗଙ୍କ ପାଇଁ ମାତ୍ର ୧୦୪ଟି ଆସନ ସଂରକ୍ଷିତ ରହିଛି। ଏଥିରେ ୧୪ଟି ଜିଲ୍ଲାର ଜିଲ୍ଲା ପରିଷଦରେ ଗୋଟିଏ ବି ଆସନ ପଛୁଆ ବର୍ଗର ପ୍ରାର୍ଥୀଙ୍କ ନିମନ୍ତେ ସଂରକ୍ଷିତ ହୋଇନାହିଁ। ଯେଉଁ ୧୪ଟି ଜିଲ୍ଲାରେ ପଛୁଆ ବର୍ଗଙ୍କ ପାଇଁ କୌଣସି ସଂରକ୍ଷଣର ସୁବିଧା ନାହିଁ ସେଗୁଡ଼ିକ ହେଲା-ଦେବଗଡ଼, ଗଜପତି, ସୁନ୍ଦରଗଡ଼, ସମ୍ବଲପୁର, ରାୟଗଡ଼, ନୂଆପଡ଼ା, ନବରଙ୍ଗପୁର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, କେନ୍ଦୁଝର, କନ୍ଧମାଳ, କଳାହାଣ୍ଡି ଓ ଝାରସୁଗୁଡ଼ା। ଏହି ଜିଲ୍ଲାର ଜିଲ୍ଲା ପରିଷଦର କୌଣସି ଗୋଟିଏ ବି ସିଟ୍ ପଛୁଆ ବର୍ଗଙ୍କ ନିମନ୍ତେ ସଂରକ୍ଷିତ ନଥିବାବେଳେ ବୌଦ୍ଧ ଜିଲ୍ଲାରେ ମାତ୍ର ଗୋଟିଏ ଆସନ ପଛୁଆ ବର୍ଗଙ୍କ ନିମନ୍ତେ ଉଦ୍ଦିଷ୍ଟ ରହିଛି।

Get real time updates directly on you device, subscribe now.

Leave A Reply

Your email address will not be published.