THE BYAPINI

ନୂଆବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

Get real time updates directly on you device, subscribe now.

ନୂଆବର୍ଷରେ ଶୁଭେଚ୍ଛା ଓ ଶୁଭକାମନା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୨୦୨୨ ଓଡ଼ିଶା ପାଇଁ ସମୃଦ୍ଧିର ବର୍ଷ ହେଉ ବୋଲି କହିଛନ୍ତି ମୁଖୃମନ୍ତ୍ରୀ ।ଭିଡିଓ ବାର୍ତ୍ତା ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବବର୍ଷର ଶୁଭେଚ୍ଛା ଜଣାଇବା ସହ ଓମିକ୍ରନ ମୁକାବିଲା ପାଇଁ ରାଜ୍ୟବାସୀ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି । ଏହାସହ କୋଭିଡ ନିୟମ ପାଳନ କରିବାକୁ ଅନୁରୋଧ କରିଛନ୍ତି ।
ସେହିପରି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ନୂଆବର୍ଷ ଉପଲକ୍ଷେ ଶୁଭେଚ୍ଛା ଜଣାଇଛନ୍ତି । ସେ କହିଛନ୍ତି ଯେ, ନୂଆବର୍ଷରେ ସମସ୍ତଙ୍କୁ ଶୁଭେଚ୍ଛା । ମହାପ୍ରଭୁଙ୍କ ଆଶୀର୍ବାଦରୁ ଏହି ବର୍ଷ ସମସ୍ତଙ୍କ ଜୀବନରେ ସୁଖ, ସମୃଦ୍ଧି ଏବଂ ଉଲ୍ଲାସ ଭରିଦେଉ ବୋଲି କେନ୍ଦ୍ରମନ୍ତ୍ରୀ ଟ୍ୱିଟ୍ ଯୋଗେ କହିଛନ୍ତି ।

Get real time updates directly on you device, subscribe now.

Leave A Reply

Your email address will not be published.