ସୋମବାରଠାରୁ ବନ୍ଦ ରହିବ ଜଗା ଦର୍ଶନ
ସୋମବାରଠାରୁ ବନ୍ଦ ରହିବ ଜଗା ଦର୍ଶନ । ଶ୍ରୀଜିଉଙ୍କୁ ଦର୍ଶନ କରିବା ଉପରେ ଲାଗିଲା ରୋକ । ଜାନୁଆରୀ ୧୦ ତାରିଖରୁ ୩୧ ତାରିଖ ପର୍ୟ୍ୟନ୍ତ ଶ୍ରଦ୍ଧାଳୁଙ୍କ ପାଇଁ ବନ୍ଦ ରହିବ ମନ୍ଦିର । ସେବାୟତଙ୍କ ପ୍ରସ୍ତାବକ୍ରମେ ଏନେଇ ନିଷ୍ପତ୍ତି ନିଆଯାଇଛି । ଛତିଶା ନିଯୋଗ ଓ ପରିଚାଳନା କମିଟି ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି । ଶ୍ରୀମନ୍ଦିର ବନ୍ଦ ଥିଲେ ତେବେ ନୀତିକାନ୍ତି ପୂର୍ବଭଳି ଜାରି ରହିବ ।
ରାଜ୍ୟରେ କରୋନା ସଂକ୍ରମଣ ବ୍ୟାପୁଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଛି । କାରଣ ମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ହଜାର ହଜାର ଲୋକଙ୍କର ଭିଡ ହେଉଥିଲା । କେବଳ ଟୀକା ନେଇଥିବା ବ୍ୟକ୍ତିଙ୍କୁ ମନ୍ଦିର ଭିତରକୁ ପ୍ରବେଶ ଅନୁମତି ମିଳୁଥିଲା । ତେବେ ଟୀକା ନେଇଥିବା ବ୍ୟକ୍ତି ମଧ୍ୟ କରୋନାରେ ପୁଣିଥରେ ସଂକ୍ରମିତ ହେଉଥିବାର ଦେଖିବାକୁ ମିଳୁଛି । ତେଣୁ ସାଧାରଣ ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ ଏଭଳି ନିଷ୍ପତ୍ତି ନିଆଯାଇଛି ।
ସେପଟେ ପ୍ରତିଦିନ ଶ୍ରୀମନ୍ଦିରକୁ ଅନ୍ୟ ରାଜ୍ୟରୁ ଶ୍ରଦ୍ଧାଳୁ ଆସୁଥିବା ବେଳେ କୌଣସି ନିର୍ଦ୍ଦେଶାବଳୀ ନଥିଲା । ତେବେ ଏପରି ସ୍ଥିତିରେ କୋଭିଡ ସଂକ୍ରଣ ମାମଲା ବୃଦ୍ଧି ଘଟୁଛି । ତେଣୁ ସମସ୍ତ କଥାକୁ ବିଚାରକୁ ନେଇ ଛତିଶାନିଯୋଗ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି ।