THE BYAPINI

ପଞ୍ଚଭୂତରେ ବିଲୀନ ହେଲେ ମିହିର

Get real time updates directly on you device, subscribe now.

ପଞ୍ଚଭୂତରେ ଲୀନ ହେଲେ ମିହିର ଦାସ । ପୁଅ ଅମ୍ଳାନ ଦାସ ବାପାଙ୍କୁ ମୁଖାଗ୍ନି ଦେଇଛନ୍ତି । କଟକ ସତିଚଉରାରେ ଅନ୍ତ୍ୟେଷ୍ଟି କିୟା ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଛି । ମିହିରଙ୍କ ଶେଷ ଦର୍ଶନ ପାଇଁ ଲୋକାରଣ୍ୟ ହୋଇ ଉଠିଥିଲା ସତୀଚୌରା ଶ୍ମଶାନ। ବିଶିଷ୍ଟ ରାଜନେତା, ଫିଲ୍ମ ଅଭିନେତାଙ୍କଠାରୁ ଆରମ୍ଭ କରି ସାଧାରଣ ଲୋକ ସମସ୍ତେ ଶେଷ ଥର ପାଇଁ ଏହି ଭେଟରାନ ଆକ୍ଟରଙ୍କୁ ଦେଖିବାକୁ ଘଣ୍ଟା ଘଣ୍ଟା ଛିଡ଼ା ହୋଇଥିଲେ। ଶୋକାକୂଳ ପରିବେଶରେ ଫାଟି ପଡ଼ିଥିଲା ପୂରା ପରିବେଶ।
ଶେଷ ବିଦାୟ ନେଇ ବର୍ଷୀଆନ ଅଭିନେତା ମିହିର ଦାସ ପରପାରିକୁ ଚାଲିଯାଇଥିବା ବେଳେ ଓଡ଼ିଆ ଫିଲ୍ମ ଜଗତରେ ଏକ ଅପୂରଣୀୟ କ୍ଷତିି କରିଯାଇଛନ୍ତି । ମିହିରଙ୍କୁୁ ହରାଇ କେବଳ ଓଡ଼ିଶାବାସୀ ନୁହନ୍ତି ଆଜି ଆକାଶ ବି କାନ୍ଦୁଛି । ହେଲେ ବର୍ଷା ସତ୍ତ୍ବେ ଲୋକେ ଛତା ଧରି ନିଜ ପ୍ରିୟ ଅଭିିନେତାଙ୍କୁ ବିଦାୟ ଦେବାକୁ ପହଞ୍ଚିଥିବା ଦେଖାଯାଇଛି ।
ପ୍ରଥମେ ସିଡ଼ିଏ ସେକ୍ଟର-୮ ସ୍ଥିତ ବାସଭବନରୁ ଶୋଭାଯାତ୍ରାରେ ବାହାରିବା ପରେ ସିଡିଏର ସମସ୍ତ ଅଞ୍ଚଳ ପରିକ୍ରମା କରି କ୍ୟାଣ୍ଟନମେଣ୍ଟ ରୋଡ଼ସ୍ଥିତ ରାମଗଡ଼ ଜନ୍ମସ୍ଥାନକୁ ନିଆଯ‌ାଇଥିଲା ମିହିର ଦାସଙ୍କ ପାର୍ଥିବ ଶରୀର । ଅଭିନେତା ଶ୍ରୀତମ ଦାସ କହିଛନ୍ତି, ଗତକାଲି ମିହିରଙ୍କ ଦେହାନ୍ତ ପରେ କେନ୍ଦ୍ରମନ୍ତ୍ରୀଙ୍କଠାରୁ ଆରମ୍ଭ କରି ପ୍ରଧାନମନ୍ତ୍ରୀ ପର୍ୟ୍ୟନ୍ତ ଶୋକପ୍ରକାଶ କରିଛନ୍ତି । ମିହିର ଏମିତି ଜଣେ କଳାକାର ଥିଲେ, ଯାହାକୁ ସମସ୍ତେ ମନେ ରଖିବେ । ସବୁପରେ ସେ ଜଣେ ଭଲ ମଣିଷ ଥିଲେ । ତେବେ ତାଙ୍କ ସମ୍ମାନରେ ତାଙ୍କୁ ମରଣୋତ୍ତର ପଦ୍ମଶ୍ରୀ ସମ୍ମାନ ପ୍ରଦାନ କରାଯାଉ । ତା ସହିତ କଟକ ସହରର ଏକ ରାସ୍ତାକୁ ତାଙ୍କ ନାମରେ ନାମିତ କରିବାକୁ ଶ୍ରୀତମ କହିଛନ୍ତି ।
ଗତକାଲି କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିଲା । ଦୀର୍ଘ ଦିନ କିଡନୀ ରୋଗରେ ଆକ୍ରାନ୍ତ ହେବା ପରେ ଗୁରୁତର ହୋଇପଡିଥିଲେ ମିହିର ଦାସ । ଏହାପରେ ତାଙ୍କର ଏକାଧିକ ଅଙ୍ଗ ଅକାମୀ ହୋଇଯାଇଥିଲା । ମାସେରୁ ଅଧିକ ସମୟ ହେବ ଆଇସିୟୁରେ ରହିବା ପରେ ଶେଷରେ ସେ ଗତକାଲି ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ତାଙ୍କ ବିୟୋଗରେ ଅନେକ କଳାକାର ଶୋକ ପ୍ରକାଶ କରିଛନ୍ତି । ବହୁମୁଖୀ ପ୍ରତିଭାର ଅଧିକାର ଏହି କଳାକାର ଦୀର୍ଘ ଚାରି ଦଶନ୍ଧି ହେବ ନିଜର ଅଭିନୟ ଯାତ୍ରା ଜାରି ରଖିଥିଲେ ।

Get real time updates directly on you device, subscribe now.

Leave A Reply

Your email address will not be published.