THE BYAPINI

ରାଜ୍ୟରେ ତଳମୁହାଁ ସଂକ୍ରମଣ..ଦେଶରେ କିନ୍ତୁ ସ୍ଥିତି ଅଣାୟତ୍ତ

Get real time updates directly on you device, subscribe now.

ରାଜ୍ୟରେ ତଳମୁହାଁ ହେଉଛି ସଂକ୍ରମଣ। ଗତ ୨୪ ଘଣ୍ଟାରେ ରାଜ୍ୟରେ ୮, ୮୪୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ସେଥିମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୫୧୨୮ ଓ ଲୋକାଲ୍ କେସ୍ ୩୭୧୭ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୯୨୭ ଚିହ୍ନଟ ହୋଇଛନ୍ତି।
ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୨,୫୨୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୧୦୦୧, କଟକରୁ ୬୨୮ ଚିହ୍ନଟ ହୋଇଛନ୍ତି। ଏହାବାଦ ଅନୁଗୋଳରୁ ୧୬୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୯୦, ବରଗଡ଼ରୁ ୧୪୧, ଭଦ୍ରକରୁ ୧୧୭, ବଲାଙ୍ଗିରରୁ ୨୩୨, ବୌଦ୍ଧରୁ ୯୩, ମୟୂରଭଞ୍ଜରୁ ୧୫୨, ନବରଙ୍ଗପୁରରୁ ୧୮୭, ନୟାଗଡ଼ରୁ ୧୯୪, , ନୂଆପଡ଼ାରୁ ୨୦୫, ପୁରୀରୁ ୧୬୫, ରାୟଗଡ଼ାରୁ ୨୨୧, ସମ୍ବଲପୁରରୁ ୧୮୧, ସୋନପୁରରୁ ୨୦୭, ଷ୍ଟେଟପୁଲରୁ ୫୦୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସେପଟେ ଦେଶରେ କିନ୍ତୁ ଗତ ୨୪ ଘଣ୍ଟାରେ ୩ ଲକ୍ଷ ୩୭ ହଜାର ୭୦୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ ୫ ରାଜ୍ୟରେ ଅଧିକ ସଂକ୍ରମିତ ଚିହ୍ନଟ ହେଉଥିବା ବେଳେ ମହାରାଷ୍ଟ୍ର ଆଗରେ ରହିଛି । ମହାରାଷ୍ଟ୍ରରେ ଦିନକରେ ୪୮ ହଜାର ୨୭୦ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହା ପରେ କର୍ଣ୍ଣାଟକରୁ ୪୮ ହଜାର ୪୯, କେରଳରୁ ୪୧ ହଜାର ୬୬୮,ତାମିଲନାଡୁରୁ ୨୯ ହଜାର ୮୭୦,ଗୁଜୁରାଟରୁ ୨୧ ହଜ ।ର ୨୨୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ ଦିନକରେ ଚିହ୍ନଟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟରୁ ଏହି ୫ ରାଜ୍ୟରୁ ୫୬ ପ୍ରତିଶତ ମାମଲା ରହିଛି ।

Get real time updates directly on you device, subscribe now.

Leave A Reply

Your email address will not be published.