THE BYAPINI

ପିଲାମାନଙ୍କୁ ସ୍କୁଲ ଛାଡିବାକୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ

Get real time updates directly on you device, subscribe now.

ଆଜି ରାଜ୍ୟରେ ସ୍କୁଲ ଖୋଲିଛି। ଅଷ୍ଟମ ଠାରୁ ଦ୍ବାଦଶ ଶ୍ରେଣୀ ପର୍ୟ୍ୟନ୍ତ ସ୍କୁଲ ଖୋଲିଥିବା ବେଳେ ପ୍ରଥମରୁ ସପ୍ତମ ପର୍ୟ୍ୟନ୍ତ ୧୪ ତାରିଖରେ ଖୋଲିବ। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପିଲାମାନଙ୍କୁ ଏକ ବାର୍ତ୍ତା ଦେଇ କହିଛନ୍ତି ଯେ, ସ୍କୁଲ ଖୋଲିବା ଖୁସିରେ ପିଲାମାନେ ଖୁସି, ପିଲାମାନଙ୍କ ଖୁସିରେ ସେ ନିଜେ ବି ବହୁତ ଖୁସି ।ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆଜି ଆମ ସମସ୍ତଙ୍କ ପାଇଁ ଏକ ଐତିହାସିକ ଦିନ। ପ୍ରାୟ ଦୁଇ ବର୍ଷ ପରେ ଆଜି ସ୍କୁଲ ଘଣ୍ଟା ବାଜିଲା । ପିଲାମାନେ ଆଜି ସ୍କୁଲ ଗଲେ । ମହାପ୍ରଭୁଙ୍କ ଆଶୀର୍ବାଦ, ଆପଣମାନଙ୍କ ସହଯୋଗ ଓ କୋଭିଡ ଯୋଦ୍ଧାଙ୍କ ତ୍ୟାଗ ଯୋଗୁ ଏହା ସମ୍ଭବ ହୋଇପାରିଛି । ଗତ ଦୁଇ ବର୍ଷ ହେଲା କରୋନା ଯୋଗୁ ଜୀବନ ଯାତ୍ରା ପ୍ରଭାବିତ ହୋଇଥିଲା । ସ୍କୁଲ ଖୋଲିବା ହେଉଛି, ସ୍ବଭାବିକ ଅବସ୍ଥା ଫେରିବାର ଶୁଭ ସୂଚନା ବୋଲି ସେ କହିଛନ୍ତି।
ପିଲାମାନଙ୍କୁ ଭୟ ନ କରିବାକୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଆମେ ସମସ୍ତେ ତୁମ ସାଥିରେ ଅଛୁ । କିନ୍ତୁ ତୁମକୁ ସତର୍କ ରହିବାକୁ ହେବ । ତୁମ ମାନଙ୍କୁ ମୋର ଅନୁରୋଧ, ତୁମେମାନେ କୋଭିଡ ଗାଇଡଲାଇନ ଠିକ୍‌ ଭାବରେ ପାଳନ କରିବ । ସ୍କୁଲ ସମୟରେ ଓ ବାହାରେ ମାସ୍କ ଠିକ୍‌ ଭାବରେ ପିନ୍ଧିବ । ବାରମ୍ବାର ସାବୁନରେ ହାତ ଧୋଇବ। କୋଭିଡ ନିୟମ ପାଳନରେ କେବେ ବି ହେଳା କରିବ ନାହିଁ। ପାଠପଢାରେ ଯାହା କିଛି କ୍ଷତି ହୋଇଛି, ତାକୁ ପୂରଣ କରିବା ପାଇଁ ଆମେ ଦିନରାତି ପରିଶ୍ରମ କରିବା । ପିଲାମାନଙ୍କର କିଛି ଅସୁବିଧା ହେବ ନାହିଁ ବୋଲି ସେ କହିଛନ୍ତି ।ଏହି ଅବସରରେ ଶିକ୍ଷକ ମାନଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ‘ଆମ ସଂସ୍କୃତିରେ ଗୁରୁଙ୍କୁ ଆମେ ଭଗବାନ ଭାବରେ ସମ୍ମାନ କରୁ। ଗୁରୁଙ୍କ ଆଶୀର୍ବାଦ, ମାର୍ଗଦର୍ଶନ ହିଁ ଜୀବନରେ ସଫଳତା ଆଣିଥାଏ। ଆପଣମାନେ ଜାଣନ୍ତି, କୋଭିଡ ଯୋଗୁ ସବୁଠାରୁ ଅଧିକ କ୍ଷତି ହୋଇଛି ପିଲାମାନଙ୍କର ଓ ସେମାନଙ୍କ ପାଠପଢାର। ତେଣୁ ଆମେ ସମସ୍ତେ ମିଶି ସେ କ୍ଷତି ଭରଣା କରିବା । ମୋର ପୁରା ଭରସା, ଆପଣମାନଙ୍କ ଉପରେ ରହିଛି । କୋଭିଡ ଯୋଗୁ ପାଠପଢାରେ ଯେଉଁ କ୍ଷତି ହୋଇଛି, ତାକୁ ଆପଣମାନେ ହିଁ ପୂରଣ କରିପାରିବେ ।
ମୁଖ୍ୟମନ୍ତ୍ରୀ ପୁଣି କହିଛନ୍ତି ଯେ, ପିଲାମାନେ, ଦୁଇ ବର୍ଷ ହେଲା ତୁମେମାନେ ଘର ଭିତରେ ରହିଥିଲ। ସାଙ୍ଗସାଥି ଖେଳକୁଦ ସବୁ ବନ୍ଦ ଥିଲା । ମୁଁ ଜାଣେ ଆଜି ସ୍କୁଲ ଖୋଲିବା ନିଷ୍ପତ୍ତି ତୁମ ମାନଙ୍କୁ ବହୁତ ଖୁସି ଦେଇଛି । ତୁମ ମାନଙ୍କ ଖୁସିରେ ମୁଁ ବି ବହୁତ ଖୁସି । ପାଠପଢା ସହିତ ସାଙ୍ଗସାଥି, ନାଚଗୀତ, ଖେଳକୁଦ, ଖୁସି ମଜା ସବୁ କିଛି ଆଗଭଳି ଚାଲିବ । ଆମେ ପୁଣି ଆଗକୁ ବଢିବା ବୋଲି ସେ ପିଲାମାନଙ୍କୁ ଭରସା ଦେଇଛନ୍ତି ।

Get real time updates directly on you device, subscribe now.

Leave A Reply

Your email address will not be published.