THE BYAPINI

ଆଜିଠୁ ୨ ଦିନ ଭାରତ ବନ୍ଦ

Get real time updates directly on you device, subscribe now.

ଆଜିଠୁ ୨ ଦିନିଆ ବନ୍ଦ ଡାକରା ଦେଇଛି କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ ସଂଗଠନ । ୧୨ ଦଫା ଦାବି ନେଇ ଆଜି ଓ ଆସନ୍ତାକାଲି ଦୁଇ ଦିନ ପାଇଁ ଏହି ବନ୍ଦ ଡାକରା ଦିଅଯାଇଛି। ଆଜି ସକାଳୁ ସକାଳୁ ଭାରତ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି । ବିଭିନ୍ନ ସ୍ଥାନରେ ଜାତୀୟ ରାଜପଥ ଅବରୋଧ ସହ ରେଳରୋକ କରିଛନ୍ତି ଆନ୍ଦୋଳନକାରୀ ।
ଭୁବନେଶ୍ୱର ରେଳ ଷ୍ଟେସନରେ ନାରାବାଜୀ ସହ ରେଳରୋକ କରିଛନ୍ତି ଆନ୍ଦୋଳନକାରୀ। ୪ଟି ଶ୍ରମ କୋଡ୍ ପ୍ରତ୍ୟାହାର, ରାଷ୍ଟ୍ରାୟତ୍ତ ସଂସ୍ଥାର ବିକ୍ରି ବନ୍ଦ, ଅହେତୁକ ଦରଦାମ୍ ବୃଦ୍ଧି, ଇପିଏଫ ଜମା ଉପରେ ସୁଧହାର ହ୍ରାସ ଓ କେନ୍ଦ୍ରର ବିଭିନ୍ନ ନୀତିକୁ ବିରୋଧ କରି ଏହି ବନ୍ଦ ଡାକରା ଦିଆଯାଇଛି ।
କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ ସଂଗଠନର ବନ୍ଦ ଡାକରାରେ ବ୍ୟାଙ୍କ ୟୁନିୟନ ସାମିଲ ହେବାକୁ ନିଷ୍ପତ୍ତି ନେଇଛି । ଏଥିସହ ବ୍ୟାଙ୍କ ଓ ବୀମା ସହିତ ଜଡିତ କର୍ମଚାରୀ ସଂଘ, କୋଇଲା, ଇସ୍ପାତ, ତୈଳ, ଡାକ, ଦୂରସଂଚାର ଏବଂ ଆୟକର ବିଭାଗ କର୍ମଚାରୀ ସଂଘ ମଧ୍ୟ ଆନ୍ଦୋଳନକୁ ସମର୍ଥନ ଜଣାଇ ଭାରତ ବନ୍ଦରେ ସାମିଲ ହେବାକୁ ନିଷ୍ପତ୍ତି ନେଇଛନ୍ତି । ବନ୍ଦ ଡାକରାକୁ ବ୍ୟାଙ୍କ ୟୁନିୟନଗୁଡ଼ିକ ସମର୍ଥନ କରୁଥିବାରୁ ଏହି ଦୁଇଦିନ ବ୍ୟାଙ୍କ କାରବାର ବନ୍ଦ ରହିବ ।

Get real time updates directly on you device, subscribe now.

Leave A Reply

Your email address will not be published.