THE BYAPINI

ତେଲ ଦର ବୃଦ୍ଧିରେ ଲାଗୁନି ବ୍ରେକ୍

Get real time updates directly on you device, subscribe now.

ତେଲ ଦର ବୃଦ୍ଧିରେ ଲାଗୁନି ବ୍ରେକ୍ । ଆଜି ପୁଣି ବଢ଼ିଛି ପେଟ୍ରୋଲ ଓ ଡିଜେଲ୍ ଦର । ଦେଶରେ ଆଜି ପେଟ୍ରୋଲ ଓ ଡିଜେଲ୍ ଦର ଲିଟର୍ ପିଛା ୮୦ ପଇସା ବୃଦ୍ଧି ପାଇଛି । ଭୁବନେଶ୍ୱରରେ ପେଟ୍ରୋଲ୍ ଦର ଲିଟର୍ ପିଛା ୮୬ ପଇସା ଓ ଡିଜେଲ୍ ଲିଟର୍ ପିଛା ୮୫ ପଇସା ବୃଦ୍ଧି ପାଇଛି ।ଭୁବନେଶ୍ୱରରେ ଏବେ ପେଟ୍ରୋଲ୍ ଲିଟର୍ ୧୦୮ ଟଙ୍କା ୬୫ ପଇସା ଏବଂ ଡିଜେଲ୍ ଲିଟର୍ ୯୮ ଟଙ୍କା ୪୨ ପଇସାରେ ପହଂଚିଛି ।
ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ଦର ୧୦୧.୮୧ ପଇସାରେ ପହଞ୍ଚିଥିବା ବେଳେ, ଡିଜେଲ ଦର ୯୩.୦୭ ହୋଇଛି । ସେହିପରି ମୁମ୍ବାଇରେ ପେଟ୍ରୋଲ ଓ ଡିଜେଲର ଦର ୮୪ ପଇସା ଲେଖାଏଁ ବଢିଛି । ଫଳରେ ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ଦର ୧୧୬.୭୨ ପଇସାରେ ପହଞ୍ଚିଥିବା ବେଳେ, ଡିଜେଲ ୧୦୦ ଟଙ୍କା ୯୪ ପଇସାରେ ପହଞ୍ଚିଛି । ଚେନ୍ନାଇରେ ୭୬ ପଇସା ଲେଖାଏ ବୃଦ୍ଧି ପାଇଛି ତୈଳ ଦର । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୭ ଟଙ୍କା ୪୫ ପଇସାରେ ପହଞ୍ଚିଥିବା ବେଳେ, ଡିଜେଲ ଦର ୯୭ ଟଙ୍କା ୫୨ ପଇସା ହୋଇଛି ।ସେହିପରି କୋଲକାତାରେ ୮୦ ପଇସା ଲେଖାଏଁ ବଢି ପେଟ୍ରୋଲ ଦର ୧୧୧ ଟଙ୍କା ୩୫ ପଇସା ଓ ଡିଜେଲର ଦର ୯୬.୨୨ ପଇସାରେ ପହଞ୍ଚିଛି ।

Get real time updates directly on you device, subscribe now.

Leave A Reply

Your email address will not be published.