କୋର୍ଟରେ ହାଜର ହେଲେ ଶର୍ମିଷ୍ଠା ଓ ଝୁନା
କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲା। କୋର୍ଟରେ ପୁଣି ହାଜର ହେଲେ ଶର୍ମିଷ୍ଠା ଓ ଝୁନା । ଦ୍ବିତୀୟ ପର୍ୟ୍ୟାୟ ରିମାଣ୍ଡ ଅବଧି ଶେଷ ପରେ ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ଓ ସହଯୋଗୀ ଝୁନାକୁ ଚାନ୍ଦବାଲି କୋର୍ଟରେ ହାଜର କରିଛି କ୍ରାଇମବ୍ରାଞ୍ଚ ।
ଦୁଇ ଅଭିଯୁକ୍ତଙ୍କ ତିନି ଦିନିଆ ରିମାଣ୍ଡ ଅବଧି ବୁଧବାର ଶେଷ ହୋଇଛି । ତେବେ ଯେଉଁ ମେମୋରୀ ଚିପ୍ କୁ ନେଇ ହତ୍ୟାକାଣ୍ଡ ଘଟିଥିବା କୁହାଯାଉଛି । ତାହା ଏବେ କେଉଁଠି ତାର ଠୋସ୍ ପ୍ରମାଣ ଏଯାଏ ମିଳିନି । ଚିପ୍ ଖୋଜି ନିରାଶ ହୋଇଛି ତଦନ୍ତକାରୀ ସଂସ୍ଥା । କ୍ରାଇମବ୍ରାଞ୍ଚ ମାନସଙ୍କ ରଣପୁର ସ୍ଥିତ ଘର, ଭୁବନେଶ୍ବରରେ ମାନସ ରହୁଥିବା ସ୍ଥାନରେ ଚିପ୍ ଖୋଜାଖୋଜି କରିଥିଲେ ମଧ୍ୟ ଏହାକୁ ପାଇନି ।