THE BYAPINI

୨୪ ଘଂଟାରେ ୧୮ ଜିଲ୍ଲାରେ ବଢ଼ିବ ଝଡବର୍ଷା

Get real time updates directly on you device, subscribe now.


ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓ ପଶ୍ଚିିମ ଓଡିଶାର ୧୮ଟି ଜିଲ୍ଲାରେ କାଳବେଶାଖୀ ଜନିତ ଝଡବର୍ଷା ବଢ଼ିବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଜାରି ସତର୍କ ସୂଚନା ଅନୁଯାୟୀ ରାଜ୍ୟର ୧୮ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡବର୍ଷାର ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଓ କନ୍ଧମାଳ ପ୍ରଭୃତି ୧୮ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Get real time updates directly on you device, subscribe now.

Leave A Reply

Your email address will not be published.