ଭୁବନେଶ୍ୱର: ଆସନ୍ତା ୩୧ ତାରିଖରୁ ରାଜ୍ୟରେ ପୁଣି ବର୍ଷାର ପରିମାଣ ବଢ଼ିବ ବୋଲି ଆଶଙ୍କା ପ୍ରକାଶ ପାଇଛି । ଉପାନ୍ତରୁ ଉପକୂଳ ସବୁଠି ବର୍ଷିବ । ଉତ୍ତର-ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ଜିଲ୍ଲା ପ୍ରଭାବିତ ହେବ । ଓଡ଼ିଶା ମଧ୍ୟକୁ ପ୍ରବେଶ କରୁଥିବା ପ୍ରଚୁର ପରିମାଣର ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରଭାବରେ ଆଜି ବାଲେଶ୍ୱର, ମୟୁରଭଞ୍ଜ, କେନ୍ଦୁଝର, ଅନୁଗୁଳ, କୋରାପୁଟ, ରାୟଗଡା ଏବଂ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଏଥିପାଇଁ ଏହି ସବୁ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଏଥିସହିତ ଘଡଘଡି ବିଜୁଳି ସହ ବର୍ଷା ନେଇ ୨୩ ଟି ଜିଲ୍ଲାକୁ ସତର୍କ କରାଯାଇଛି । ୨୭ ତାରିଖରୁ ବର୍ଷାର ପରିମାଣ କମିବ । କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଜୁନ୍ ୧ ତାରିଖରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ସ୍ୱାଭାବିକ ତୁଳନାରେ ୯ ପ୍ରତିଶତ ନିଅଟିଂଆ ବର୍ଷା ରେକର୍ଡ ହୋଇଥିବା ବେଳେ ୧୧ଟି ଜିଲ୍ଲାରେ ୨୦ ରୁ ୫୯ ପ୍ରତିଶତ ପର୍ଯ୍ୟନ୍ତ ନିଅଟିଂଆ ବର୍ଷା ରେକର୍ଡ ହୋଇଛି । ୧୭ଟି ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଥିବା ବେଳେ ମାତ୍ର ଦୁଇଟି ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇଛି ।
Get real time updates directly on you device, subscribe now.
