THE BYAPINI

କିଶୋରଙ୍କ ପାଇଁ ୨୫ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Get real time updates directly on you device, subscribe now.

ଭୁବନେଶ୍ୱର: ପ୍ରଥମ ଓଡ଼ିଆ ଭାବେ ବିଶ୍ୱ ଦୌଡ଼କୁଦ ପ୍ରତିଯୋଗିତାର ଜାଭଲିନ ଥ୍ରୋର ଫାଇନାଲରେ ପହଞ୍ଚି ଇତିହାସ ରଚିଥିବା କିଶୋର କୁମାର ଜେନାଙ୍କ ପାଇଁ ୨୫ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କିଶୋର ତାଙ୍କ ୫ମ ପ୍ରୟାସରେ ୮୪.୭୭ ମିଟର ଦୂରକୁ ଜାଭେଲିନ୍‌ ଫିଙ୍ଗିଥିଲେ । ଏହା ବର୍ତ୍ତମାନ ପର୍ଯ୍ୟନ୍ତ ତାଙ୍କର ସର୍ବଶ୍ରେଷ୍ଠ ପ୍ରଦର୍ଶନ । କିଶୋର ୧୨ ଜଣ ଫାଇନାଲିଷ୍ଟଙ୍କ ମଧ୍ୟରେ ୫ମ ସ୍ଥାନରେ ରହିଥିଲେ । ଅନ୍ୟ ଭାରତୀୟ ଡି.ପି. ମନୁ ଶେଷ ପ୍ରୟାସରେ ୮୪.୧୪ ମିଟର ଦୂରକୁ ଜାଭେଲିନ୍‌ ଫିଙ୍ଗି ୬ଷ୍ଠ ସ୍ଥାନରେ ରହିଥିଲେ । ପ୍ରଥମ ପଦାର୍ପଣରେ ହିଁ ଚମକି ଥିଲେ ଓଡ଼ିଶାର ଏହି ତାରକା ଖେଳାଳି । ଗୋଲଡେନ ବୟ ନୀରଜ ଚୋପ୍ରା ଏବଂ ଡିପି ମନୁଙ୍କ ସହ କିଶୋର ଫାଇନାଲକୁ ପ୍ରବେଶ କରିଥିଲେ । ଫାଇନାଲରେ ନିଜର ବ୍ୟକ୍ତିଗତ ଶ୍ରେଷ୍ଠ ପ୍ରଦର୍ଶନ କରି ୮୪.୭୭ ମିଟର ଥ୍ରୋ କରିଥିଲେ ମଧ୍ୟ କିଶୋର ମେଡାଲ ତାଲିକାରୁ ବାଦ ପଡ଼ି ୫ମ ସ୍ଥାନରେ ରହିଥିଲେ ।

Get real time updates directly on you device, subscribe now.

Leave A Reply

Your email address will not be published.