ସେମିଳିଗୁଡ଼ାରେ ସର୍ବାଧିକ ବର୍ଷା, ୧୫୮ ମିମି
ଭୁବନେଶ୍ୱର: ମୌସୁମୀ ପ୍ରବାହ ସକ୍ରିୟ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ତେବେ ଗତ ୨୪ ଘଣ୍ଟାରେ କୋରାପୁଟର ସେମିଳିଗୁଡ଼ାରେ ସର୍ବାଧିକ ବର୍ଷା ହୋଇଛି । ସିମିଳିଗୁଡ଼ାରେ ଗତ ୨୪୨ ଘଣ୍ଟାରେ ସର୍ବାଧିକ ୧୫୮ ମିମି ବର୍ଷା ହୋଇଛି । ରାଜ୍ୟର ଅନ୍ୟ ୯ଟି ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ ହୋଇଥିବା ଜଣାଯାଇଛି ।
ପ୍ରକାଶ ଯେ ୭ ତାରିଖରେ ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ଯାଜପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଅଧିକ ବର୍ଷା ହୋଇପାରେ । ୮ରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କିଛି ସ୍ଥାନରେ ଅଧିକ ବର୍ଷା ସମ୍ଭାବନା ଅଛି ।