ଆଜି ଜନ୍ମବେଦୀକୁ ବିଜେ କରିବେ ମହାପ୍ରଭୁ
ମହାମାରୀ କଟକଣା ଓ କର୍ଫ୍ୟୁ ଭିତରେ ବିନା ଭକ୍ତରେ ତିନି ରଥ ଶରଧା ବାଲିରେ ବିଜେ କରିଛନ୍ତି । ଆଜି ଜନ୍ମବେଦୀକୁ ବିଜେ କରିବେ ମହାପ୍ରଭୁ । ପ୍ରଥମେ ରାମକୃଷ୍ଣ ଓ ମଦନମୋହନଙ୍କ ଗୋଟି ପହଣ୍ଡି ଆରମ୍ଭ ହେବ । ଏହା ପରେ ୩ ଠାକୁର ପହଣ୍ଡି କରି ଆଡ଼ପ ମଣ୍ଡପକୁ ଯିବେ । ରଥ ଉପରେ ମହାପ୍ରଭୁଙ୍କ ଦୈନନ୍ଦିନ ନୀତି କାନ୍ତି ଅନୁଷ୍ଠିତ ହୋଇ ସନ୍ଧ୍ୟା ଧୂପ ନୀତି ଶେଷ ପରେ ଆଡପ ମଣ୍ଡପ ବିଜେ ନୀତି ସମ୍ପାଦନ କରିବେ ସେବାୟତ ।
ଆଡ଼ପମଣ୍ଡପ ବିଜେ କରି ଜନ୍ମବେଦୀରେ ଲୀଳାଖେଳା କରିବେ ତିନି ଠାକୁର । ତେବେ କରୋନା କଟକଣା କାରଣରୁ ଚଳିତ ବର୍ଷ ଆଡପଦର୍ଶନକୁ ବନ୍ଦ ରଖାଯାଇଛି । ଭକ୍ତ-ଭଗବାନଙ୍କ ମିଳନ ସିନା ହେବନି ହେଲେ ଭକ୍ତଙ୍କୁ କିନ୍ତୁ ଆଡ଼ପ ଅବଢ଼ା ମିଳିବ । ଭକ୍ତଙ୍କ ଦର୍ଶନ ଉପରେ କଟକଣା ରହିଥିବାରୁ ଚଳିତ ବର୍ଷ ଆଡପଅଭଡା ପ୍ରସ୍ତୁତି ପରିମାଣ କମ୍ କରାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା କରିଛି ।