ବିନା ପରୀକ୍ଷାରେ ପାସ୍
ରାଜ୍ୟସରକାରଙ୍କ ବଡ଼ ଘୋଷଣା । ବିନା ପରୀକ୍ଷାରେ ନବମ ଓ ଏକାଦଶ ଶ୍ରେଣୀର ସମସ୍ତ ଛାତ୍ରଛାତ୍ରୀ ପାସ । ସବୁ ଛାତ୍ରଛାତ୍ରୀଙ୍କୁ ଦଶମ ଓ ଦ୍ୱାଦଶ ଶ୍ରେଣୀକୁ ଉତୀର୍ଣ୍ଣ କରାଯିବ । ଏଥିପାଇଁ ସେମାନଙ୍କୁ କୌଣସି ପରୀକ୍ଷା ଦେବାକୁ ପଡିବ ନାହିଁ । ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ ପକ୍ଷରୁ ଜାରି ହୋଇଥିବା ପ୍ରେସ ବିଜ୍ଞପ୍ତିରେ ଏହି ସୂଚନା ଦିଆଯାଇଛି ।
କରୋନା ମହାମାରୀ ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀମାନଙ୍କର ସ୍ବାସ୍ଥ୍ୟ ନିରାପତ୍ତାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ରାଜ୍ୟର ସମସ୍ତ ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ।ଏହା ସହ ନବମ ଓ ଏକାଦଶ ଶ୍ରେଣୀରେ ପଢୁଥିବା ସମସ୍ତ ଛାତ୍ରଛାତ୍ରୀ ଆପେ ଆପେ ଯୋଗ୍ୟ ବିବେଚିତ ହୋଇଛନ୍ତି । ନବମ ଓ ଏକାଦଶ ଶ୍ରେଣୀରେ ପଢୁଥିବା ସମସ୍ତ ଛାତ୍ରଛାତ୍ରୀ ଆପେ ଆପେ ଯୋଗ୍ୟ ବିବେଚିତ ହୋଇଛନ୍ତି ।
ସେହିପରି ଏପ୍ରିଲ ୧୯ ତାରିଖରୁ ଦଶମ, ଦ୍ୱାଦଶ ଶ୍ରେଣୀର ସମସ୍ତ କ୍ଲାସ୍ ବନ୍ଦ ରଖିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ରାଜ୍ୟ ସହ ସହବନ୍ଧିତ ସମସ୍ତ ସରକାରୀ, ଅନୁଦାନପ୍ରାପ୍ତ ସ୍କୁଲ୍ର କ୍ଲାସ୍ ବନ୍ଦ ରହିବା ସହ ରାଜ୍ୟର ସମସ୍ତ ଇଂରାଜୀ ମାଧ୍ୟମ ସ୍କୁଲ ଓ ହଷ୍ଟେଲ ମଧ୍ୟ ୧୯ରୁ ବନ୍ଦ ରହିବ।