THE BYAPINI

କାଲିଠୁ ଗଞ୍ଜାମରେ ଧର୍ମାନୁଷ୍ଠାନ ବନ୍ଦ

Get real time updates directly on you device, subscribe now.

ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ବଢ଼ୁଥିବାରୁ ଗଞ୍ଜାମ ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନ ଆସନ୍ତାକାଲିଠୁ ବନ୍ଦ ରହିବ। ଜିଲ୍ଲା ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଆସନ୍ତା ଫେବ୍ରୁଆରୀ ପହିଲା ଯାଏ ଏହି କଟକଣା ବଳବତ୍ତର ରହିବ। ସମସ୍ତ ଧର୍ମାନୁଷ୍ଠାନରେ କେବଳ ନୀତିକାନ୍ତି ସହ ସଂପୃକ୍ତ ବ୍ୟକ୍ତିଙ୍କୁ ଯିବାକୁ ଅନୁମତି ରହିଛି। ଯଦି କେହି ନିୟମ ଅମାନ୍ୟ କଲେ ତେବେ ତାଙ୍କ ତାଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ।
ଆସନ୍ତା ସୋମବାର ଠାରୁ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ରହିବ। ସଂକ୍ରମଣ ବଢୁଥିବା କାରଣରୁ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି। ତେବେ ବିଧି ଅନୁସାରେ ମହାପ୍ରଭୁଙ୍କ ନୀତିକାନ୍ତି ଚାଲିବ।

Get real time updates directly on you device, subscribe now.

Leave A Reply

Your email address will not be published.