ଚଳିତ ବର୍ଷରୁ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

ଭୁବନେଶ୍ୱର: ମେଧାବୀଙ୍କୁ ଉଚ୍ଚଶିକ୍ଷା ପାଇଁ ପ୍ରୋତ୍ସାହନ ନିମନ୍ତେ ମଳିବ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର । ଚଳିତବର୍ଷ ଦଶମ ବୋର୍ଡ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ମେଧାବୀ ଛାତ୍ରଛାତ୍ରୀଙ୍କୁ ମିଳିବ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର । ଏନେଇ ପ୍ରଥମ ରାଜ୍ୟସ୍ତରୀୟ କମିଟି ବୈଠକ ଓଡିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ(ଓସେପା) ଠାରେ ଅନୁଷ୍ଠିତ ହୋଇଛି । ମେଧାବୀ ପୁରସ୍କାର ଓ ଛାତ୍ରଛାତ୍ରୀ ମେଧା-ବୃତ୍ତି ପୁରସ୍କାର ପାଇଁ ଯୋଗ୍ୟ ବିବେଚିତ ଛାତ୍ରଛାତ୍ରୀ ତାଲିକାକୁ ରାଜ୍ୟସ୍ତରୀୟ କମିଟି ଅନୁମୋଦନ କରିବା ପରେ ପୁରସ୍କାର ରାଶି ସିଧାସଳଖ ଛାତ୍ରଛାତ୍ରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯିବ । ରାଜ୍ୟସ୍ତରରେ ଶ୍ରେଷ୍ଠ ୧୦୦ ଜଣଙ୍କୁ ୫୦ ହଜାର ଟଙ୍କା, ଜିଲ୍ଲାସ୍ତରରେ ଶ୍ରେଷ୍ଠ ୩୦୦୦ ଜଣଙ୍କୁ ୧୦ ହଜାର ଟଙ୍କା ଏବଂ ବ୍ଲକସ୍ତରରେ ପ୍ରତି ବ୍ଲକରୁ ଶ୍ରେଷ୍ଠ ୧୦୦ ଜଣଙ୍କୁ ୫ ହଜାର ଟଙ୍କା ଲେଖାଏଁ ପୁରସ୍କାର ରାଶି ମିଳିବ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ଅଶ୍ୱଥୀ ଏସ୍‌ଙ୍କ ଅ୍ମକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ସୂଚନା ପ୍ରଦାନ କରାଯାଇଛି ।
ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଏବଂ ଅନୁସୂଚିତ ଜାତି ଓ ଜନଜାତି ବିଦ୍ୟାଳୟରେ ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀଙ୍କୁ ଏହି ପୁରସ୍କାର ମିଳିବ । ଛାତ୍ରଛାତ୍ରୀ ମେଧାବୀ ପୁରସ୍କାର ଦଶମ ବୋର୍ଡ ପରୀକ୍ଷାରେ ସର୍ବାଧିକ ନମ୍ୱର ରଖିଥିବା ଛାତ୍ରଛାତ୍ରୀଙ୍କୁ ରାଜ୍ୟ, ଜିଲ୍ଲା ଓ ବ୍ଲକ ସ୍ତରରେ ଦିଆଯିବ । ଅନ୍ୟପକ୍ଷରେ ଦଶମବୋର୍ଡ ପରୀକ୍ଷାରେ ସର୍ବାଧିକ ନମ୍ୱର ରଖିଥିବା ଆର୍ଥିକ ଅନଗ୍ରସର ପରିବାରର ମେଧାବୀ ଛାତ୍ରଛାତ୍ରୀଙ୍କୁ ପ୍ରୋତ୍ସାହିତ କରିବାକୁ ଛାତ୍ରଛାତ୍ରୀ ମେଧା-ବୃତ୍ତି ପୁରସ୍କାର ମିଳିବ । ରାଜ୍ୟରେ ସର୍ବାଧିକ ନମ୍ୱର ରଖିଥିବା ୨ ହଜାର ଜୀତୟ ଖାଦ୍ୟ ସୁରକ୍ଷା ଆଇନ(ଏନ୍‌‘୍‌ଏସ୍‌ଏ) ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏ‘୍‌ଏସ୍‌ଏସ୍‌) ରେସନକାର୍ଡ ହିତାଧିକାରୀ ପରିବାରର ଛାତ୍ରଛାତ୍ରୀଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଆର୍ଥିକ ପୁରସ୍କାର ଦିଆଯିବ । ଏହା ପରେ ବିଦ୍ୟାଳୟସ୍ତରରେ ନେତୃତ୍ୱ ନେବାର କଳା ଥିବା ଛାତ୍ରଛାତ୍ରୀଙ୍କୁ ସମ୍ମାନିତ କରିବାକୁ ମିଳିବ ଛାତ୍ରଛାତ୍ରୀ ନେତୃତ୍ୱ ପୁରସ୍କାର । ପ୍ରତ୍ୟେକ ସ୍କୁଲରୁ ଦଶମ ଶ୍ରେଣୀର ଜଣେ ଛାତ୍ର ଓ ଜଣେ ଛାତ୍ରୀଙ୍କୁ ଏହି ପୁରସ୍କାର ଦିଆଯିବ । ସମୁଦାୟ ୮୩୧୧ ଛାତ୍ର ଓ ୮୮୦୭ ଛାତ୍ରୀଙ୍କୁ ଏହି ପୁରସ୍କାର ମିଳିବ । ‘ମୋ ସ୍କୁଲ ଅଭିଯାନ’ର ଭାରପ୍ରାପ୍ତ ଅଧିକାରୀ କାବେରୀ ମୁଦୁଲି ଚୟନ ପ୍ରକ୍ରିୟା ଉପରେ ସୂଚନା ଦେଇଥିଲେ ।

Comments (0)
Add Comment