ଚଳିତ ମାସ ୨୪ ତାରିଖରୁ ପୁରୀ-ରାଉଲକେଲା ମଧ୍ୟରେ ଚାଲିବ ନୂଆ ବନ୍ଦେ ଭାରତ ଏକ୍ସପ୍ରେସ

ପୁରୀ: ଆସନ୍ତା ୨୪ ତାରିଖରୁ ଓଡିଶାରେ ଚାଲିବ ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍‌ । ପୁରୀରୁ ରାଉଲକେଲା ମଧ୍ୟରେ ଏହି ନୂଆ ବନ୍ଦେ ଭାରତ ଏକ୍ସପ୍ରେସ ଚାଲିବ ବୋଲି ଦକ୍ଷିଣପୂର୍ବ ରେଳପଥ ପକ୍ଷରୁ ପ୍ରେସ ବିଜ୍ଞପ୍ତି ଜରିଆରେ ଏନେଇ ସୂଚନା ଦିଆଯାଇଛି । ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ୍‌ ସପ୍ତାହକୁ ୬ ଦିନ ଯାତାୟତ କରିବ । ଏହା ସକାଳ ୫ଟାରୁ ପୁରୀ ଷ୍ଟେସନରୁ ବାହାରି ଦିନ ୧୨ଟା ୪୫ ମିନିଟରେ ରାଉରକେଲା ଷ୍ଟେସନରେ ପହଞ୍ଚିବ । ସେହିପରି ଫେରିବା ସମୟରେ ଏହି ବନ୍ଦେ ଭାରତ ଏକ୍ସପ୍ରେସ୍‌ ଅପରାହ୍ନ ୨ଟା ୧୦ରେ ରାଉଲକେଲାରୁ ଛାଡ଼ିବ ଓ ରାତି ୯ଟା ୪୦ ମିନିଟରେ ପୁରୀ ଷ୍ଟେସନରେ ପହଞ୍ଚିବ । ଏହି ଟ୍ରେନଟି ଖୋର୍ଦ୍ଧା ରୋଡ୍‌, ଭୁବନେଶ୍ୱର, କଟକ, ଢେଙ୍କାନାଳ, ଅନୁଗୁଳ, ସମ୍ବଳପୁର ସିଟି ଓ ଝାରସୁଗୁଡାର ଷ୍ଟେସନରୁ ଯାତ୍ରୀଙ୍କୁ ନେଇ ଯାତ୍ରା କରିବ । ଗତକାଲି ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସର ପୂର୍ଣ୍ଣ ଟ୍ରାଏଲ ରନ୍‌ ହୋଇଥିଲା । ଟ୍ରେନଟି ସକାଳ ୫ଟାରେ ପୁରୀରୁ ବାହାରି ଅପରାହ୍ନ ୧୨ଟା ୪୫ରେ ରାଉରକେଲାରେ ପହଞ୍ଚିଥିଲା । ଏହାପରେ ୨ଟା ୧୦ରେ ରାଉରକେଲାରୁ ବାହାରି ୯ଟା ୪୦ରେ ପୁରୀରେ ପହଞ୍ଚିଥିଲା ।

Comments (0)
Add Comment