ନୂଆଦିଲ୍ଲୀ: ୨୨ ଜାନୁଆରି ୨୦୨୪ରେ ପ୍ରଭୁ ଶ୍ରୀରାମଙ୍କ ମନ୍ଦିରରେ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହେବ। ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟ୍ କାର୍ଯ୍ୟକର୍ତ୍ତା ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟର ପଦାଧିକାରୀମାନେ ମତେ ମୋର ବାସଭବନରେ ଭେଟି ପ୍ରଭୁ ଶ୍ରୀରାମଙ୍କ ମନ୍ଦିରରେ ପ୍ରାଣ ପ୍ରତିଷ୍ଠା ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରିଛନ୍ତି, ମୁଁ ଏଥିପାଇଁ ଧନ୍ୟ ମନେ କରୁଛି , କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ତିନି ମହଲା ବିଶିଷ୍ଟ ଅଯୋଧ୍ୟା ରାମ ମନ୍ଦିର ତଳ ମହଲାର ନିର୍ମାଣ କାର୍ଯ୍ୟ ଆସନ୍ତା ଡିସେମ୍ବର ଶେଷ ସୁଦ୍ଧା ସମ୍ପନ୍ନ ହେବ ଏବଂ ଜାନୁଆରି ୨୨ ତାରିଖରେ ପ୍ରାଣପ୍ରତିଷ୍ଠା ହେବ ବୋଲି ମନ୍ଦିର ନିର୍ମାଣ କମିଟିର ଅଧ୍ୟକ୍ଷ ନୃପେନ୍ଦ୍ର ମିଶ୍ର କହିଛନ୍ତି। ଆଜି ପ୍ରଧାନମନ୍ତ୍ରୀ ନିଜେ ତାରିଖ ସଂପର୍କରେ ଘୋଷଣା କରିବା ପରେ ଏହାକୁ ନେଇ ଦେଶବ୍ୟାପୀ ଉତ୍ସାହ ଦେଖିବାକୁ ମିଳିଛି।