ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି।ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କେନ୍ଦ୍ରାଞ୍ଚଳ ଆଇଜି ଆଶିଷ ସିଂ।ତାଙ୍କ ସୂଚନା ଅନୁଯାୟୀ ୪୪ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି । ୧୨ ତାରିଖରୁ ୧୫ ତାରିଖ ଓ ୧୬ରୁ ୧୭ତାରିଖ ଦୁଇଟି ପର୍ୟ୍ୟାୟରେ ହୋଇଛି ସୁରକ୍ଷା ବ୍ୟବସ୍ଥା । ସାରା ସହରରେ ୫ ସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ସୁରକ୍ଷା ବ୍ୟବସ୍ଥାକୁ ଦୁଇଭାଗରେ ବିଭକ୍ତ କରାଯାଇଛି।
ଆଜିଠାରୁ ୧୬ ତାରିଖ ପର୍ୟ୍ୟନ୍ତ ୪୪ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ। ୨୪ ଘଣ୍ଟିଆ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଅତ୍ୟାଧୁନିକ ବୈଷୟିକ ଜ୍ଞାନ କୌଶଳ ସହ ସିସିଟିଭି ଓ ସର୍ଭେଲାନ୍ସ ଟିମ୍, ବୋମା ନିଷ୍କ୍ରିୟକାରୀ ଟିମ୍, ଫେସ୍ ରିଡିଙ୍ଗ ଟିମ୍ ନିୟୋଜିତ ହେବେ। ଶ୍ରୀମନ୍ଦିର ପରିକ୍ରମା ପାଇଁ ସୁରକ୍ଷା ବ୍ୟବସ୍ଥା ୫ ଭାଗରେ ବିଭକ୍ତ।
ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ଶ୍ରୀମନ୍ଦିର ପରିକ୍ରମା ମାର୍ଗର ୯ ଟି ଗେଟ୍ ରେ ହେବେ ପୋଲିସ ମୁତୟନ। ସ୍ୱତନ୍ତ୍ର ତାଲିମପ୍ରାପ୍ତ ଦକ୍ଷ ଅଧିକାରୀ ନିୟୋଜିତ ହେବେ। ଯଜ୍ଞ ସ୍ଥଳର ସୁରକ୍ଷା ଓ ଟ୍ରାଫିକ ସୁପରିଚାଳନା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ହୋଇଛି। ୧୬ ଓ ୧୭ ତାରିଖ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ।
ସୂଚନା ଥାଉକି, ଜାନୁଆରୀ ୧୭ ତାରିଖ ପୌଷ ଶୁକ୍ଳ ସପ୍ତମୀ ତିଥିରେ ଲୋକାର୍ପିତ ହେବ ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ । ଏଥିପାଇଁ ଆଜିଠାରୁ ଆରମ୍ଭ ହେଉଛି ପୂଜାକାର୍ୟ୍ୟ ।