ପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟର ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ସୁନ୍ଦରଗଡ଼,  ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର ଓ ସମ୍ବଲପୁର  ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ।  ଏଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । 

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ସୋମବାର ବରଗଡ଼, ସୋନପୁର, ବଲାଙ୍ଗିର,  ଅନୁଗୁଳ, ମୟୂରଭଞ୍ଜ, ଯାଜପୁର, ଭଦ୍ରକ,  ବାଲେଶ୍ୱର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ଭାରୀ ବର୍ଷା  ହୋଇପାରେ । ୩ ତାରିଖରେ ବାଲେଶ୍ୱର, ଭଦ୍ରକ,  ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର,  ଖୋର୍ଦ୍ଧା, ପୁରୀ, ଅନୁଗୁଳ, ଢେଙ୍କାନାଳ,  କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼ ଓ ଦେବଗଡ଼  ଜିଲ୍ଲାରେ ୭୦ରୁ ୧୦୦ମିମି ବର୍ଷା ହୋଇପାରେ । 

Comments (0)
Add Comment