ଭୁବନେଶ୍ୱର ମହାନଗର ନିଗମ ପାଇଁ ୪୧୬ଟି ଅତିରିକ୍ତ ପଦବୀ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଦିନକୁ ଦିନ ଭୁବନେଶ୍ୱରର କଳେବର ବଢ଼ିବାରେ ଲାଗିଛି । ସହରର ଆବଶ୍ୟକତାକୁ ବିଚାର କରି ପ୍ରଶାସନିକ କାର୍ଯ୍ୟକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ମହାନଗର ନିଗମ (ବି.ଏମ୍‌.ସି) ପାଇଁ ୪୧୬ଟି ଅତିରିକ୍ତ ପଦବୀ ମଞ୍ଜୁର କରିଛନ୍ତି । ପୂର୍ବରୁ ୨୧୦ଟି ଅନୁମୋଦିତ ପଦବୀ ଥିବାବେଳେ, ଏହି ଅତିରିକ୍ତ ୪୧୬ଟି ପଦବୀ ସୃଷ୍ଟି ଦ୍ୱାରା ବି.ଏମ୍‌.ସିର ମୋଟ ପଦବୀ ସଂଖ୍ୟା ସଂଖ୍ୟା ୬୨୬କୁ ବୃଦ୍ଧି ପାଇଲା ।
ନିଗମର ପ୍ରଶାସନିକ କ୍ଷେତ୍ରରେ ୩ଟି ଅତିରିକ୍ତ କମିଶନର ପଦବୀ ସୃଷ୍ଟି କରାଯାଇ ସମୁଦାୟ ପଦବୀ ସଂଖ୍ୟା ୪କୁ ବୃଦ୍ଧି କରାଯାଇଛି । ସେହିପରି ୬ଟି ନୂତନ ଜୋନାଲ କମିଶନର ପଦବୀ ମ୍ମ ସୃଷ୍ଟି କରାଯାଇଛି । ପୂର୍ବରୁ ୩ଟି ଡେପୁଟି କମିଶନର ଓ ୪ଟି ପରିମଳ ଆସିଷ୍ଟାଣ୍ଟ କମିଶନର ପଦବୀ ଥିବାବେଳେ ଏଥିରେ ଯଥାକ୍ରମେ ୧୩ଟି ଓ ୯ଟି ନୂତନ ପଦବୀ ସୃଷ୍ଟି କରାଯାଇ ସମୁଦାୟ ଡେପୁଟି କମିଶନର ପଦବୀ ସଂଖ୍ୟା ୧୬କୁ ଏବଂ ୧୩ଟି ପରିମଳ ଆସିଷ୍ଟାଣ୍ଟ କମିଶନର ପଦବୀ ରଖାଯାଇଛି ।
ନିଗମର ଅର୍ଥ ବିଭାଗରେ ୧୧ଟି, ଯୋଜନା ବିଭାଗରେ ୪ଟି , ଇଂଜିନିୟରିଂ (ୱାର୍କ୍ସ) ବିଭାଗରେ ୧୭ଟି , ସାନିଟେସନ (ଇଂଜିନିୟରିଂ) ବିଭାଗରେ ୫ଟି , ଡ୍ରେନେଜ ବିଭାଗରେ ୨୦ଟି, ମେକାନିକାଲ ବିଭାଗରେ ୨ଟି, ଆଇନ ବିଭାଗରେ ଗୋଟିଏ, ଲୋକସଂପର୍କ ବିଭାଗରେ ୨ଟି, ସୌନ୍ଦର୍ଯ୍ୟକରଣ ଓ ଲ୍ୟାଣ୍ଡ ସ୍କେପିଂ ବିଭାଗରେ ୭ଟି, ପ୍ରାଣୀ କଲ୍ୟାଣ ବିଭାଗରେ ୪ଟି, ସାମାଜିକ କଲ୍ୟାଣ ବିଭାଗରେ ୧୩ଟି, ବିପର୍ଯ୍ୟୟ ଓ ଜରୁରୀ ସେବା ବିଭାଗରେ ଗୋଟିଏ, ଏନେ‘ାର୍ସମେଣ୍ଟ ବିଭାଗରେ ୧୯ଟି, ଅମଲା ବିଭାଗରେ ୯୩ଟି ଏବଂ ୱାର୍ଡ ଅ‘ିସ ବିଭାଗରେ ୧୮୭ଟି ନୂତନ ପଦବୀ ସୃଷ୍ଟି କରାଯାଇଛି । ଇଂଜିନିୟରିଂ (ୱାର୍କ୍ସ) ବିଭାଗରେ ପୂର୍ବରୁ ୨ଟି ସିଭିଲ କାର୍ଯ୍ୟନିର୍ବାହୀ ଅଧିକାରୀ ଥିବାବେଳେ ଏହାକୁ ୬କୁ ବୃଦ୍ଧି କରାଯାଇଛି । ସେହିପରି ସହକାରୀ କାର୍ଯ୍ୟନିର୍ବାହୀ ଅଧିକାରୀ ପଦବୀକୁ ୭ ରୁ ୧୩କୁ ବୃଦ୍ଧି କରାଯାଇଛି ଏବଂ ସିଭିଲ ଜୁନିଅର ଇଂଜିନିୟର ପଦବୀ ସଂଖ୍ୟାକୁ ୧୭ରୁ ୨୪କୁ ବୃଦ୍ଧି କରାଯାଇଛି । ପରିମଳ (ଇଂଜିନିୟରିଂ)ରେ ଗୋଟିଏ କାର୍ଯ୍ୟନିର୍ବାହୀ ଅଧିକାରୀ (ପରିମଳ), ଗୋଟିଏ ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ (ପରିମଳ) ଓ ୩ଟି ଜୁନିଅର ଇଂଜିନିୟର (ପରିମଳ) ଏହିଭଳି ୫ଟି ନୂଆ ପଦବୀ ସୃଷ୍ଟି କରାଯାଇଛି ।

Comments (0)
Add Comment