ମରକ୍କୋ: ମରକ୍କୋ ସହରରେ ଭୟଙ୍କର ଭୂମିକମ୍ପ ରେ ୬୦୦ରୁ ଅଧିକ ଜୀବନହାନୀ ହେବା ସହିତ ଧରାଶାୟୀ ହୋଇପଡିଛି ଅନେକ ବୃହତ ଅଟ୍ଟାଳିକା । ତୁର୍କୀ ପରେ ମରକ୍କୋରେ ଶକ୍ତିଶାଳୀ ଭୂମିକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ତୀବ୍ରତା ୬.୮ ଥିଲା । ଭୂମିକମ୍ପରେ ମୃତ୍ୟୁ ସଂଖ୍ୟା ୬୦୦ ରେକର୍ଡ ହୋଇଥିଲେ ମଧ୍ୟ ଏହି ସଂଖ୍ୟା ଅଧିକ ହୋଇପାରେ ବୋଲି ଆଶଙ୍କା କରାଯାଉଛି । ଆଫ୍ରିକୀୟ ଦେଶ ମରକ୍କୋରେ ସକାଳୁ ସକାଳୁ ଭୀଷଣ ଭୂମିକମ୍ପ ଅନୁଭୂତ ହୋଇଥିବା ବେଳେ ଏହାର ଉତ୍ପତ୍ତି ସ୍ଥଳ ମରକ୍କୋରୁ ୭୦ କିଲୋମିଟର ଦୂରରେ ଥିବା ସୂଚନା ମିଲିଛି । ତଥାବି ଭୂମିକମ୍ପ ଏତେ ତୀବ୍ର ଥିଲା ଯେ ପ୍ରାୟ ୩୫୦ କିଲୋମିଟର ଦୂର ମରକ୍କୋର ରାଜଧାନୀ ରବାତ୍ରେ ଏହା ଅନୁଭୂତ ହୋଇଛି । ଭାରତୀୟ ସମୟ ଅନୁସାରେ ଭୋର ୩ଟା ୪୧ରେ ଭୂମିକମ୍ପ ହୋଇଥିଲା । ୧୨୦ ବର୍ଷରେ ଉତ୍ତର ଆଫ୍ରିକାରେ ଏହା ସବୁଠାରୁ ବଡ଼ ଭୂମିକମ୍ପ ।
ୟୁଏସଜିଏସଏ ଅନୁସାରେ ୧୯୦୦ ମସିହାରେ ଏହି ଅଞ୍ଚଳ ୫ଶହ କିଲୋମିଟର କ୍ଷେତ୍ରରେ ବଡ଼ଧରଣର ଭୂମିକମ୍ପ ଆସିନଥିଲା । ଏହି ଭୂମିକମ୍ପ ପରେ ଦ୍ୱିତୀୟ ଭୂମିକମ୍ପ ଆଶଙ୍କା ଥିବାରୁ ଭୟଭୀତ ଅଛନ୍ତି ଲୋକ । ଭୂମିକମ୍ପ ପରେ ଲୋକ ଆଉ ଘରେ ନାହାନ୍ତି, ରାସ୍ତା ଉପରେ ବସିଥିବା ଫଟୋ ସୋସିଆଲ ମିଡ଼ିଆରେ ଭାଇରାଲ ହେଉଛି । ତେବେ ଏପରି ଏକ ବିନାଶକାରୀ ଭୂମିକମ୍ପ ଚଳିତ ବର୍ଷ ଫେବ୍ରୁଆରୀ ୬ରେ ତୁର୍କୀରେ ହୋଇଥିଲା । ଯେଉଁଥିରେ ୪୫ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିଲା । ସେହି ଭୂମିକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୭.୮ ଥିଲା । ।