ସେପ୍ଟେମ୍ବର ୩୦ରୁ ଅକ୍ଟୋବର ୧୫ ଚାଲିବ ସାଇବର ସୁରକ୍ଷା ଅଭିଯାନ, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସେପ୍‌ଟେମ୍ବର ୩୦ ରୁ ଅକ୍ଟୋବର ୧୫ ପର୍ଯ୍ୟନ୍ତ ରାଜ୍ୟ ସାରା ବୁଲିବ ୩୪ଟି ସାଇବର ସୁରକ୍ଷା ରଥ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳିଙ୍ଗ ଷ୍ଟାଡିଅମରେ ସାଇବର ସୁରକ୍ଷା ଅଭିଯାନର ଶୁଭାରମ୍ଭ କରିଛନ୍ତି । ଏହି ରଥଗୁଡିକ ସାରା ରାଜ୍ୟରେ ବୁଲିବା ସହିତ ଲୋକମାନଙ୍କୁ ବାଣ୍ଟିବ ସଚେତନତାର ମନ୍ତ୍ର । ରାଜ୍ୟର ବିଭିନ୍ନ ସ୍କୁଲ, କଲେଜ ଓ ପଞ୍ଚାୟତ ଆଦି ଭ୍ରମଣ କରି ସାଇବର ସୁରକ୍ଷା ସଂପର୍କରେ ସଚେତନାର ବାର୍ତ୍ତା ପ୍ରଦାନ କରିବ । ସୂଚନାଯୋଗ୍ୟ ଯେ ଗତ କିଛି ବର୍ଷ ମଧ୍ୟରେ ସାରା ଦେଶ ଓ ରାଜ୍ୟରେ ସାଇବର ଅପରାଧର ମାତ୍ରା ଚିନ୍ତାଜନକ ଭାବେ ବୃଦ୍ଧି ପାଇଛି  । ସଚେତନତା ଓ ସତର୍କତା ଏହାକୁ ରୋକିବାର ଏକ ପ୍ରମୁଖ ଉପାୟ  । ତେଣୁ ରାଜ୍ୟସାରା ଏବଂ ସବୁ ସ୍ତରରେ ଏ ସଂପର୍କରେ ସଚେତନତା ପାଇଁ ଏହି ଅଭିଯାନ ଆରମ୍ଭ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ସତର୍କ ଓ ସୁରକ୍ଷିତ ରହିବାକୁ ଆହ୍ୱାନ ଦେଇଛନ୍ତି  ।

Comments (0)
Add Comment