ହୀରାଲାଲ ସମାରିଆ ଦେଶର ମୁଖ୍ୟ ସୂଚନା କମିଶନର ନିଯୁକ୍ତ

ନୂଆଦିଲ୍ଲୀ : ହୀରାଲାଲ ସମାରିଆ ଦେଶର ମୁଖ୍ୟ ସୂଚନା କମିଶନର ଭାବେ ଶପଥ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି ।
ରାଷ୍ଟ୍ରପତି ଭବନରେ ଆଜି ଆୟୋଜିତ ଏହି କାର୍ଯ୍ୟକ୍ରମରେ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କାର୍ମିକ ବିଭାଗ ମନ୍ତ୍ରୀ ଜିତେନ୍ଦ୍ର ସିଂହ ଉପସ୍ଥିତ ଥିଲେ ।

Comments (0)
Add Comment