୨୭ରେ ସମଲେଇ ପ୍ରକଳ୍ପର ଲୋକାର୍ପଣ

ଭୁବନେଶ୍ବର: ପଶ୍ଚିମ ଓଡିଶାର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ବରୀ ପୀଠର ଚାଲିଛି ରୂପାନ୍ତରଣ। ଆଗାମୀ ୨୭ ତାରିଖରେ ହେବ ପ୍ରକଳ୍ପର ଲୋକାର୍ପଣ। ଏହି ପରିପ୍ରେକ୍ଷୀରେ ମନ୍ଦିର ଟ୍ରଷ୍ଟ ବୋର୍ଡର ସଦସ୍ୟ, ସଭାପତି ଓ ପୂଜାରୀ ମାନେ ନବୀନ ନିବାସ ଆସି ମଙ୍ଗଳାଷ୍ଟକ ଗାନ ମଧ୍ୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଆଶୀର୍ବାଦ କରିଥିଲେ ଏବଂ ପ୍ରକଳ୍ପର ଲୋକାର୍ପଣ ପାଇଁ ନିମନ୍ତ୍ରଣ ଦେଇଥିଲେ ।

ମା ଙ୍କ ପୀଠର ରୂପାନ୍ତର ପାଇଁ ସେମାନେ ମୁଖ୍ୟମନ୍ତ୍ରୀ ଓ 5T  ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନଙ୍କୁ ଧନ୍ୟବାଦ ଦେଇଥିଲେ। ସେମାନେ କହିଥିଲେ ଯେ ଲୋକାର୍ପଣ ପାଇଁ ଟ୍ରଷ୍ଟ ବୋର୍ଡ ପକ୍ଷରୁ ସବୁ ଘରକୁ ନଡିଆ ଦିଆଯିବ ଏବଂ ସବୁ ଘରୁ ମା’ଙ୍କ ପାଇଁ ସିନ୍ଦୁର ଆସିବ।
ମା’ଙ୍କ କାମରେ ସମସ୍ତଙ୍କ ସହଯୋଗ କାମନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମା’ଙ୍କ ପୀଠ ଓ ସମ୍ବଲପୁର ସହରର ଉନ୍ନତି ପାଇଁ ସେ ସବୁବେଳେ ଗୁରୁତ୍ବ ଦେଇ ଆସିଛନ୍ତି। ଆଗାମୀ ଦିନରେ ମଧ୍ୟ ଏହି କାର୍ୟ୍ୟ ଜାରି ରହିବ।

Comments (0)
Add Comment