୬୯ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର: ବିଜେତାଙ୍କୁ ସମ୍ମାନିତ କଲେ ରାଷ୍ଟ୍ରପତି

୬୯ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର: ବିଜେତାଙ୍କୁ ସମ୍ମାନିତ କଲେ ରାଷ୍ଟ୍ରପତି

ମୁମ୍ବାଇ: ୬୯ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସମାରୋହ ୨୦୨୩ ଆଜି ଅନୁଷ୍ଠିତ ହୋଇଛି। ବିଜେତାମାନେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କଠାରୁ ଏହି ସମ୍ମାନଜନକ ପୁରସ୍କାର ଗ୍ରହଣ କରିଛନ୍ତି। ଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ସ୍ବତନ୍ତ୍ର  ସମାରୋହରେ ବିଭିନ୍ନ ବର୍ଗରେ ଚୟନିତ ସିନେପ୍ରତିଭାଙ୍କୁ ପୁରସ୍କାର ପ୍ରଦାନ କରାଯାଇଛି । ଅଗଷ୍ଟ ମାସରେ ବିଜେତାଙ୍କ ନାମ ଘୋଷଣା କରାଯାଇଥିବା ବେଳେ ଆଜି ସେମାନଙ୍କୁ ପୁରସ୍କାର ଦେଇ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି। ଭାରତୀୟ ସିନେମାକୁ ଜୀବନବ୍ୟାପୀ ଅବଦାନ ଲାଗି ବରିଷ୍ଠ ଅଭିନେତ୍ରୀ ୱାହିଦା ରେହମାନଙ୍କୁ ଦାଦା ସାହେବ ଫାଲକେ ପୁରସ୍କାର ଦିଆଯାଇଥିବା ବେଳେ ‘ଗଙ୍ଗୁବାଇ କାଠିଆଓ୍ବାଡ଼ି’ ପାଇଁ ଆଲିଆ ଭଟ୍ଟଙ୍କୁ ଓ ‘ମିମି’ ପାଇଁ କୃତି ସାନୋନଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର ମିଳିଛି। ଏହା ସହ ‘ପୁଷ୍ପା’ ପାଇଁ ଆଲୁ ଅର୍ଜୁନଙ୍କୁ ଶ୍ରେଷ୍ଠ ଅଭିନେତା ପୁରସ୍କାର ମିଳିଛି।

Comments (0)
Add Comment