ସୁନ୍ଦରଗଡ ଓ ଖୋର୍ଦ୍ଧା ପାଲଟିବ କି ହଟସ୍ପଟ!

ରାଜ୍ୟରେ କରୋନା ସଂକ୍ରମଣ ବଢି ବଢି ଚାଲିଛି । ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୩୭୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୨ ଜଣଙ୍କର କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୨୬କୁ ବୃଦ୍ଧି ପାଇଛି ।

୨୪ ଘଂଟା ଭିତରେ ୧୩ଶହ ୭୪ ନୂଆ ସଂକ୍ରମିତ ଚିହ୍ନଟ ହୋଇଛି । ଏମାନଙ୍କ ମଧ୍ୟରୁ ୮ଶହ ୧୨ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୫୬୨ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୩୫୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ୧୯୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ମୃତକ ଦୁଇ ଜଣ ବଲାଙ୍ଗୀର ଓ ପୁରୀ ଜିଲ୍ଲାର ବୋଲି ଜଣାପଡିଛି ।

ସେହିପରି ବରଗଡ଼ରୁ ୫୯, ଅନୁଗୁଳରୁ ୩୩, ବାଲେଶ୍ବରରୁ ୧୭, ଭଦ୍ରକରୁ ୩୦, ବଲାଙ୍ଗୀରରୁ ୧୨, ବୌଦ୍ଧରୁ ୨, କଟକରୁ ୫୧, ଦେବଗଡ଼ରୁ ୮, ଢେଙ୍କାନାଳରୁ ୫, ଗଜପତିରେ ୮ ଜଣ, ଗଞ୍ଜାମରେ ୨୦ଜଣ, ଯାଜପୁରରେ ୨୫ଜଣ, ଜଗତସିଂହପୁରରେ ୯ଜଣ, ଝାରସୁଗୁଡ଼ାରେ ୫୨ ଜଣ, କଳାହାଣ୍ଡିରୁ ୪୫ଜଣ, କନ୍ଧମାଳରେ ୩, କେନ୍ଦ୍ରାପଡ଼ାରେ ୪ଜଣ, କେଉଁଝରରେ ୨୪ଜଣ, କୋରାପୁଟରେ ୮ ଜଣ, ମୟୁରଭଞ୍ଜରେ ୨୬ ଜଣ, ନବରଙ୍ଗପୁରରେ ୨୦ଜଣ, ନୟାଗଡ଼ରେ ୧୩, ନୂଆପଡ଼ାରେ ୧୩୫ ଜଣ, ପୁରୀରେ ୪୪ ଜଣ, ରାୟଗଡ଼ାରୁ ୪୭, ସମ୍ବଲପୁରରେ ୭୭ଜଣ, ସୋନପୁରରେ ୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

Comments (0)
Add Comment