ବିଗୁଡିଛି ସ୍ଥିତି..ବଢୁଛି ଭୟ

କିଛି ଦିନର କରୋନାରୁ ତ୍ରାହି ପରେ ଏବେ ପୁଣି କରୋନା ତାର କାୟା ବିସ୍ତାର କରିବାରେ ଲାଗିଛି। ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ବଢିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ସପ୍ତାହକ ମଧ୍ୟରେ କରୋନା ସ୍ଥିତି ରାଜ୍ୟରେ ବିଗିଡିବାରେ ଲାଗିଛି । ଶହେ ତଳେ ସଂକ୍ରମଣ ସଂଖ୍ୟା ଥିବା ବେଳେ ଏବେ ୨ ଶହ ଉପରେ ରହୁଛି ସଂକ୍ରମଣ ।

ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୩୪ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ା ଜିଲ୍ଲାରୁ ସର୍ବାଧିକ ଚିହ୍ନଟ ହୋଇଛନ୍ତି। ୧୩୯ ଜଣ କ୍ୱାରେଣ୍ଟିନ୍‌ରେ ଥିବାବେଳେ ଲୋକାଲ୍ କେସ୍‌ ୯୫ ରହିଛି। ନୂଆପଡ଼ା ଜିଲ୍ଲାରୁ ସର୍ବାଧିକ ୩୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରୁ ୩୨, କଟକରୁ ୨୯, ବରଗଡ଼ରୁ ୨୪, କଳାହାଣ୍ଡିରୁ ୧୭, ସୁନ୍ଦରଗଡ଼ ଓ ବଲାଙ୍ଗିରରୁ ୧୫ ଲେଖାଏଁ, ସମ୍ବଲପୁରରୁ ୧୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ସେହିପରି ବାଲେଶ୍ବରରୁ ୩ ଜଣ, ବରଗଡ଼ରୁ ୨୪ ଜଣ, ଭଦ୍ରକରୁ ୮ ଜଣ, ବଲାଙ୍ଗୀରରୁ ୧୫ ଜଣ, କଟକରୁ ୨୯ ଜଣ, ଦେଓଗଡ଼ରୁ ଜଣେ, ଢେଙ୍କାନାଳରୁ ଜଣେ, ଗଞ୍ଜାମରୁ ୨ ଜଣ, ଜଗତ୍‌ସିଂହପୁରରୁ ୬ ଜଣ ଚିହ୍ନଟ ହୋଇଛନ୍ତି ।

ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୯ ହଜାର ୬୯୪ରେ ପହଞ୍ଚିଛି । ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୬ ହଜାର ୪୦୯ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୧୩୧୩ ଜଣ ଆକ୍ରାନ୍ତ । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Comments (0)
Add Comment