ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୪୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୧୯୯ ଜଣ ଥିବା ବେଳେ ସ୍ଥାନୀୟ ସଂକ୍ରମିତ ୧୪୧ଜଣ । ୧୮ ବର୍ଷରୁ କମ୍ ୫୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ୧୪୯, କଟକରୁ ୪୩, କେନ୍ଦ୍ରାପଡ଼ାରୁ ୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩ଜଣ, ବାଲେଶ୍ୱର ଜିଲ୍ଲାରୁ ୧୩ଜଣ, ବରଗଡ଼ ଜିଲ୍ଲାରୁ ୬ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୪୩ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦ଜଣ, ଯାଜପୁର ଜିଲ୍ଲାରୁ ୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୪୯ଜଣ, କୋରାପୁଟ ଜିଲ୍ଲାରୁ ୧୪୯ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୪ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୭ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ, ଷ୍ଟେଟ ପୁଲ୍ରୁ ୩୬ଜଣ ରହିଛନ୍ତି ।ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୩୫ ହଜାର ୪୧୭ । ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୨୨ ହଜାର ୨୫୦ଜଣ । ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ରହିଛି ୪ ହଜାର ୮୨୪ ।
ଗୋଟିଏ ଦିନରେ କରୋନାରେ ୫ ଜଣଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ବରଗଡ଼, ଝାରସୁଗୁଡ଼ା, ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ ରହିଛନ୍ତି ।