ଗୋଟିଏ ଦିନରେ ୫୨୪ ପଜିଟିଭ

ଉପର ତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ୫୨୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଶୁନରୁ ୧୮ ବର୍ଷ ଭିତରେ ୭୫ଜଣ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୩୦୬ ଜଣ ସଂଗରୋଧରୁ ଚିହ୍ନଟ ହୋଇଥିବା ବେଳେ ୨୧୮ ସ୍ଥାନୀୟ ସଂକ୍ରମିତ ଅଛନ୍ତି । ଖୋର୍ଦ୍ଧାରୁ ୨୫୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬ଜଣ, ବାଲେଶ୍ବର ଜିଲ୍ଲାରୁ ୨୦ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୭୫ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୧୫ଜଣ, ଯାଜପୁର ଜିଲ୍ଲାରୁ ୧୪ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୫୦ଜଣ, କୋରପୁଟ ଜିଲ୍ଲାରୁ ୩ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୨ଜଣ, ନୟାଗଡ଼ ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୧୩ଜଣ, ରାୟଗଡ ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧ଜଣ, ଷ୍ଟେଟ୍ ପୁଲ୍‌ରୁ ୫୮ଜଣ ରହିଛନ୍ତି ।

୨୪ ଘଂଟାରେ କରୋନାରେ ୭ ଜଣଙ୍କ ମୃତ୍ୟୁ ହୋଇଛି । ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୦ ହଜାର ୫୧୮କୁ ବୃଦ୍ଧି ପାଇଛି । ଏମାନଙ୍କ ଭିତରେ ୧୦ ଲକ୍ଷ ୧୭ ହଜାର ୧୧୬ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏବେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୫ ହଜାର ୧୧୧ ରହିଛି ।

Comments (0)
Add Comment