ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୨୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୦୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୨୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
୧୮ ବର୍ଷରୁ କମ୍ ବୟସ୍କ ୬୮ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୩ ଜଣ, ବାଲେଶ୍ୱରରୁ ୩୩ ଜଣ, ଭଦ୍ରକରୁ ୩ ଜଣ, ବରଗଡ଼ରୁ ୨ ଜଣ, ବଲାଙ୍ଗୀରରୁ ୧ ଜଣ, କଟକରୁ ୬୩ ଜଣ, ଦେବଗଡ଼ରୁ ୩ ଜଣ, ଗଜପତିରୁ ୨ ଜଣ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ୧୬ ଜଣ, ଯାଜପୁରରୁ ୧୩ ଜଣ, ଝାରସୁଗୁଡ଼ାରୁ ୧ ଜଣ, କଳାହାଣ୍ଡିରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୧୪ ଜଣ, ଖୋର୍ଦ୍ଧାରୁ ୨୩୩ ଜଣ, କୋରାପୁଟରୁ ୪ ଜଣ, ମୟୁରଭଞ୍ଜରୁ ୨୯ ଜଣ, ମାଲକାନଗିରିରୁ ୨ ଜଣ, ନୟାଗଡ଼ରୁ ୨ ଜଣ, ପୁରୀରୁ ୧୩ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୭ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୧୯ ଜଣ ଓ ଷ୍ଟେଟ ପୁଲରୁ ୫୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
୫୨୬ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୪ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୪୨କୁ ବୃଦ୍ଧି ପାଇଛି । ନବରଙ୍ଗପୁର ଜିଲ୍ଲାରୁ ୨ ଜଣ ଏବଂ ବଲାଙ୍ଗୀର ଓ ଜଗତସିଂହପୁର ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ଜୀବନ ନେଇଛି କରୋନା।