୩ ଦିନ ଲାଗିରହିବ ବର୍ଷା

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆସନ୍ତା ୧୭ ଯାଏ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ପୂର୍ବ କେନ୍ଦ୍ରିୟ ବଙ୍ଗୋପସାଗରରେ ସୃଷ୍ଟ ଘୁର୍ଣ୍ଣିବଳୟକୁ ନେଇ ଯେଉଁ ବାତ୍ୟା ଆଶଙ୍କା କରାଯାଉଥିଲା ତାହା ଟଳିଛି । ଏବେ ଘୂର୍ଣ୍ଣବଳୟ ଲଘୁଚାପ କ୍ଷେତ୍ରରେ ପରିମତ ହୋଇଛି କିନ୍ତୁ ବାତ୍ୟାରେ ପରିଣତ ହେବାର ଆଶଙ୍କା ନାହିିଁ । ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ୩ଦିନ ବର୍ଷା ଲାଗି ରହିବ ବୋଲି ସୂଚନା ଦେଇଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ।
ଲଘୁଚାପ ପ୍ରଭାବରେ ରାଜ୍ୟରେ ୩ଦିନ ବର୍ଷା ଲାଗିରହିବ । ୧୪, ୧୫ ଓ ୧୬ ତାରିଖ ଓଡିଶାରେ ବର୍ଷା ଲାଗି ରହିବ । ପ୍ରଥମେ ଉପକୂଳ ଏବଂ ପରେ ଆଭ୍ୟନ୍ତରୀଣ ଓଡିଶାରେ ବର୍ଷା ହେବ । ଅଳ୍ପ କେତେକ ସ୍ଥାନରେ ବଡ ବର୍ଷାର ସମ୍ଭାବନା ରହିଛି । ଆଜି ଓ ଆସନ୍ତାକାଲି ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇପାରେ। ପରେ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଏହା ବାତ୍ୟା ରୂପ ନେବ ନାହିଁ। କେବଳ ଲଘୁଚାପ କ୍ଷେତ୍ର ହୋଇ ଉପକୂଳ ଅତିକ୍ରମ କରିବ ଓ ବର୍ଷା ହେବ। ଉପକୂଳରେ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବାକୁ ପରାମର୍ଶ ଦେଇଛନ୍ତି ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ।

Comments (0)
Add Comment