ଏସିଏଫ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ମାମଲାରେ ଦିନକୁ ଦିନ ନୂଆ ତଥ୍ୟ ମଧ୍ୟ ସାମ୍ନାକୁ ଆସୁଛି। ସାମ୍ନାକୁ ଆସିଛି ବିଦ୍ୟାଭାରତୀଙ୍କ ଦ୍ୱିତୀୟ ହାତ ଲେଖା ଚିଠି । ଚିଠିଟି ବିଦ୍ୟାଭାରତୀଙ୍କ ହାତ ଲେଖା ହୋଇଥିବା ଅନୁମାନ କରଯାଉଛି। ଚିଠିରେ ଲେଖା ଯାଇଛି- ‘ହେ ଭଗବାନ, କିଛି ବି କରି ଡିଭୋର୍ସ କରେଇ ଦିଅ । ପୁରୀ ମନ୍ଦିରରେ ଦାସୀ ହୋଇକି ରହିବି। ଶତ୍ରୁକୁ ବି ଏମିତି ଲୋକ ନମିଳନ୍ତୁ ବୋଲି ଭଗବାନଙ୍କୁ ଅନୁରୋଧ କରିଛନ୍ତି ।
ଗତ ମଙ୍ଗଳବାର ଦିନ ମଧ୍ୟ ଏପରି ଏକ ଚିଠି ତଦନ୍ତକାରୀ ସାଇଣ୍ଟିଫିକ୍ ଟିମ୍ ହାତରେ ଲାଗିଥିଲା । ଯେଉଁଥିରେ ବିଦ୍ୟା ଲେଖିଥିଲେ, ହେ ପ୍ରଭୁ ସବୁ ଭୁଲକୁ କ୍ଷମା କର । କେମିତି ଆଉ ୩ ଦିନ କଟିବ । ୧୨ ତାରିଖରୁ ୧୫ ତାରିଖ ପରେ ଶାନ୍ତିରେ ରହିବି ବୋଲି ଚିଠିରେ ଲେଖାହୋଥିଲା । ମୁଁ ଏହି ଲୋକକୁ ସବୁଠାରୁ ଅଧିକ ଘୃଣା କରେ । ମୋ ନାଁକୁ ଏହି ଲୋକ ସହ ଯୋଡିବାକୁ ମଧ୍ୟ ମୋତେ ଖରାପ ଲାଗୁଛି । ଗୋଟିଏ ଭୁଲ ନିଷ୍ପତ୍ତି କେମିତି ଜୀବନ ନଷ୍ଟ କରିଦିଏ ବୋଲି ଚିଠିରେ ଲେଖାହୋଇଥିଲା ।