ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭୁବନେଶ୍ୱର ଏକାମ୍ର ଅଞ୍ଚଳରେ ୧୦୩ କୋଟି ଟଙ୍କା ବିନିଯୋଗରେ ୧୩ଟି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ନବୀନ ପଟ୍ଟନାୟକ ଭୁବନେ ପୁରୁଣା ଭୁବନେଶ୍ବର ଲିଙ୍ଗରାଜ ମାର୍କେଟ କମପ୍ଲେକ୍ସଠାରେ ଆୟୋଜିତ ଳୋକାର୍ପଣ ଉତ୍ସବରେ ଭର୍ଚୁଆଲରେ ଯୋଗ ଦେଇ ଏହି ପ୍ରକଳ୍ପଗୁଡ଼ିକର ଳୋକାର୍ପଣ କରିଛନ୍ତି । ଏଥିରେ ଏକାମ୍ର ଅଞ୍ଚଳର ବିକାଶ ପାଇଁ ପୁରୁଣା ଭୁବନେଶ୍ବରରେ ୨୪ ଘଣ୍ଟିଆ ଗୁଣାତ୍ମକ ପାନୀୟ ଜଳ ଯୋଗାଣ, ଧଉଳି ଶାନ୍ତିସ୍ତୂପର ପୁନରୁଦ୍ଧାର ଓ ସୌନ୍ଦର୍ୟ୍ୟକରଣ, କେଦାରଗୌରୀ ପାଣିର ବିଶୁଦ୍ଧକରଣ ଆଦି ଅନେକ ଗୁରୁତ୍ବପର୍ଣ୍ଣ ପ୍ରକଳ୍ପ ଆରମ୍ଭ କରାଯାଇଛି ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଲିଙ୍ଗରାଜ ଅଞ୍ଚଳକୁ ସୁନ୍ଦର କରି ଗଢିତୋଳିବା ପାଇଁ ଏକାମ୍ର ଯୋଜନା ଜନସାଧାରଣଙ୍କ ସହଯୋଗରେ ଆରମ୍ଭ କରାଯାଇଛି । ଏହା ଶେଷ ହେଲେ ଭୁବନେଶ୍ୱରର ଗରିମା ଆହୁରି ବୃଦ୍ଧି ପାଇବ । ପୁରୀରେ ୨୪ ଘଣ୍ଟିଆ ଡ୍ରିଙ୍କ ଫ୍ରମ୍ ଟ୍ୟାପର ଉଦାହରଣ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ବର୍ତ୍ତମାନ ପୁରୀର ଜନସାଧାରଣ ସଂପୁର୍ଣ୍ଣ ବିଶୁଦ୍ଧ ଜଳ ପାଇପାରୁଛନ୍ତି । ବର୍ତ୍ତମାନ ପୁରୁଣା ଭୁବନେଶ୍ୱରର ଜନସାଧାରଣ ମଧ୍ୟ ଏହି ସୁବିଧା ପାଇବେ । ବର୍ତ୍ତମାନ ପୁରୁଣା ଭୁବନେଶ୍ବରର ଜନସାଧାରଣ ମଧ୍ୟ ଏହି ସୁବିଧା ପାଇବେ । ବିକାଶ ଓ କଲ୍ୟାଣ ସରକାରଙ୍କର ମୁଖ୍ୟ ପରିଚୟ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ ରାଜ୍ୟର ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଉପରେ ଆଲୋକପାତ କରିଥିଲେ । ଏହା ଦେଶର ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଏକ ବିପ୍ଳବ ଆଣିଛି ବୋଲି ସେ କହିଥିଲେ ।
ଆଜି ଆରମ୍ଭ ହୋଇଥିବା ପ୍ରକଳ୍ପ ଗୁଡିକ ହେଉଛି – ଏକାମ୍ର ଅଞ୍ଚଳରେ ୨୪ ଘଣ୍ଟିଆ ବିଶୁଦ୍ଧ ଜଳଯୋଗାଣ, ବରମୁଣ୍ଡା ହାଉସିଂବୋର୍ଡ କଲୋନୀ ଓ ଜଗନ୍ନାଥ ବିହାର ଅଞ୍ଚଳରେ ୨୪ ଘଣ୍ଟିଆ ପାନୀୟ ଜଳଯୋଗାଣ, କପିଳେଶ୍ବରରେ ଗଙ୍ଗୁଆ ବାମପାର୍ଶ୍ବ କେନାଲ ବନ୍ଧରେ ଦୁଇ ଲେନ୍ ବିଶିଷ୍ଟ ରାସ୍ତା, କେଦାରଗୌରୀ ମନ୍ଦିରରୁ ଅପରିସ୍କୃତ ଜଳ ନିଷ୍କାସନ ପାଇଁ ଭୁବନେଶ୍ବର-ପୁରୀ ରୋଡ୍ରେ ବକ୍ସ କଲ୍ଭଟ, ଲିଙ୍ଗିପୁର ଇନ୍ଦିରା କଲୋନୀରେ ପାଇପ ପାଣି ବ୍ୟବସ୍ଥା, ଲିଙ୍ଗରାଜ ଓ ଗୋଖିବାବା ଅଞ୍ଚଳର କୁଷ୍ଠ କଲୋନୀର ବାସିନ୍ଦା ମାନଙ୍କର ଥଇଥାନ, ସମ୍ ହସ୍ପିଟାଲ ରାସ୍ତାର ଆଲୋକୀକରଣ , ଧଉଳି ଶାନ୍ତିସ୍ତୂପର ସୌନ୍ଦର୍ୟ୍ୟକରଣ, ଦୟା ପଶ୍ଚିମ କେନାଲ ଉପରେ ସେତୁ ନିର୍ମାଣ, ଦୟା ଦକ୍ଷିଣ ବନ୍ଧ ଉପରେ ରାସ୍ତା ନିର୍ମାଣ, କୂଆଖାଇ ଦକ୍ଷିଣବନ୍ଧର ପୁନରୁଦ୍ଧାର, ଦୟା ନଦୀ ଦକ୍ଷିଣ ବନ୍ଧର ସୁଦୃଢୀକରଣ ଓ ଉନ୍ନତିକରଣ । ଏହି କାର୍ୟ୍ୟକ୍ରମରେ ବି.ଏମ.ସି କମିଶନର ଶ୍ରୀ ସଂଜୟ ସିଂହ, ଖୋର୍ଦ୍ଧା ଜିଲ୍ଲାପାଳ ଓ ଅନ୍ୟାନ୍ୟ ଅଧିକାରୀମାନେ ଯୋଗ ଦେଇଥିଲେ ।