ରାଜ୍ୟରେ କରୋନା ସଂକ୍ରମଣ ବଢିଚାଲିଥିବା ବେଳେ ବିଶେଷ କରି ଛତିଶଗଡ଼ ସୀମାନ୍ତ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ରାଜ୍ୟ ସରକାରଙ୍କୁ ଚିନ୍ତାରେ ପକାଇଦେଇଛି । ରାଜ୍ୟରେ ଦିନକରେ ଆକ୍ରାନ୍ତଙ୍କ ସଂଖ୍ୟା ୫ ଶହ ପାଖାପାଖି ପହଚିଂଥିବା ବେଳେ ନୂଆପଡାରୁ କେବେଳ ଚିହ୍ନଟ ହୋଇଛନ୍ତି ୮୬ ଜଣ । ତେବେ ଛତିଶଗଡ଼ରେ ହୋଇଥିବା ଆଇପିଏଲ୍ ମ୍ୟାଚ ସଂକ୍ରମଣକୁ ଅଧିକ ବଢ଼ାଇଛି ବୋଲି କହିଛନ୍ତି ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ।
କ୍ରିକେଟ ଖେଳ ଯୋଗୁ ବଢିଲା କରୋନା । ଛତିଶଗଡ଼ରେ ହୋଇଥିବା ଆଇପିଏଲ୍ ମ୍ୟାଚ ଦେଖିବାକୁ ବିଭିନ୍ନ ଅଞ୍ଚଳର ଲୋକ ଏକତ୍ରିତ ହୋଇଥିଲେ। ତେଣୁ ସେଠାରୁ ମହାମାରୀ ସଂକ୍ରମଣ ଅଧିକ ବଢ଼ିଥିବା ଅନୁମାନ କରାଯାଉଛି।ନୂଆପଡ଼ା ଓ କଳାହାଣ୍ଡି ପରିସ୍ଥିତି ଉପରେ କଡ଼ା ନଜର ରଖାଯାଇଛି।କଳହାଣ୍ଡି, ନୂଆପଡ଼ାକୁ ଛତିଶଗଡ଼ରୁ ଆସୁଥିବା ଲୋକଙ୍କୁ ଟେଷ୍ଟିଂ ପାଇଁ କୁହାଯାଇଛି ବୋଲି କହିଛନ୍ତି ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।
ହେଲେ ସୀମା ସିଲ୍ ସମାଧାନ ନୁହେଁ, ମାସ୍କ ଓ ସାମାଜିକ ଦୂରତାକୁ ଗୁରୁତ୍ୱ ଦେବାକୁ କହିଛନ୍ତି ଦିବ୍ୟଶଙ୍କର ମିଶ୍ର। ନୂଆପଡ଼ା ଓ କଳାହାଣ୍ଡି ପରିସ୍ଥିତି ଉପରେ ତୀକ୍ଷଣ ନଜର ରଖାଯାଉଛି । ଯେଉଁଠି ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି, ସେଠି କଂଟେନମେଂଟ କରାଯାଉଛି ବୋଲି ଦିବ୍ୟଶଙ୍କର ମିଶ୍ର କହିଛନ୍ତି । ୨୪ ଘଂଟାରେ ନୂଆପଡାରୁ ସର୍ବାଧିକ ୮୬ ଜଣ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡିରୁ ୩୬ ଜଣ ଚିହ୍ନଟ ହୋଇଛନ୍ତି ।